ଦେଶ ବିଦେଶ ସ୍ୱାସ୍ଥ୍ୟ

ତରୁଣ ଗୋଗୋଇଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ: ଦିବ୍ରୁଗଡ ଗସ୍ତ ରଦ୍ଦ କରି ଅଧା ରାସ୍ତାରୁ ଫେରିଗଲେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋବାଲ

ଦିବ୍ରୁଗଡ ୨୩/୧୧ : ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି। ତାଙ୍କ ଦେଖାଶୁଣା କରୁଥିବା ଡାକ୍ତର କହିଛନ୍ତି ଯେ, ତରୁଣ ଗୋଗୋଇଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋବାଲ ଦିବ୍ରୁଗଡ କାର୍ଯ୍ୟକ୍ରମ ରଦ୍ଦ କରି ଗୁଆହାଟୀ ଯାଉଛନ୍ତି। ସର୍ବାନନ୍ଦ ସୋନୋବାଲ ଟ୍ୱିଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଟ୍ୱିଟରେ ଲେଖିଛନ୍ତି, ‘ମୁଁ ଦିବ୍ରୁଗଡରେ ହେବାକୁଥିବା କାର୍ଯ୍ୟକ୍ରମ ରଦ୍ଦ କରି ତରୁଣ ଗୋଗୋଇଙ୍କୁ ଦେଖିବାକୁ ଗୁଆହାଟୀ ଫେରିଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି। ସେ ମୋ ପାଇଁ ପିତା ସମାନ। ମୁଁ ତାଙ୍କର ସୁସ୍ଥ କାମନା କରୁଛି।’

ଗୁଆହାଟୀ ମେଡିକାଲ କଲେଜ ଅଧିକ୍ଷକ ଅଭିଜିତ ଶର୍ମା କହିଛନ୍ତି ଯେ ୮୪ ବର୍ଷ ବୟସ୍କ ବରିଷ୍ଠ କଂଗ୍ରେସ ନେତାଙ୍କ ଦେଖରେଖ ଡାକ୍ତରଙ୍କ ଏକ ଟିମ କରୁଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅତ୍ୟନ୍ତ ଗୁରୁତର ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ