ଦେଶ ବିଦେଶ ସ୍ୱାସ୍ଥ୍ୟ

ତାମିଲନାଡ଼ୁରେ ମାଡ଼ିଗଲା ଓମିକ୍ରନ, ଗୋଟିଏ ଦିନରେ ବାହାରିଲେ ୩୩ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ବୃଦ୍ଧିକୁ ନେଇ ସରକାର ବି ଚିନ୍ତାରେ ପଡ଼ିଛନ୍ତି । ଏହାରି ମଧ୍ୟରେ ତାମିଲନାଡ଼ୁରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି । ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ମା ସୁବ୍ରମଣ୍ୟୟମ୍ ଏହାର ସୂଚନା ଦେଇଛନ୍ତି । ଏହି କ୍ରମରେ ଦେଶରେ ଓମିକ୍ରନ ମାମଲା ୨୮୦କୁ ବୃଦ୍ଧି ପାଇଛି ।

ତେବେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୯୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି । ଏହା ସହ ୪୩୪ ଲୋକଙ୍କର ମୃତ୍ୟୁ ହୋଇଛି । ଏହାରି ମଧ୍ୟରେ ୬,୯୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କୋରୋନା ପ୍ରଭାବିତ ୨୨୪ ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ହୋଇଛି । ଆମେରିକାରେ ଦୈନିକ ମୃତ୍ୟୁ ୧୫୪୪ ଥିବାବେଳେ ମୋଟ ୮ ଲକ୍ଷ ୩୨ ହଜାର ୯୩୯ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱରେ କୋଭିଡ ସଂକ୍ରମଣରେ ଦ୍ୱିତୀୟ ସ୍ଥାନରେ ଭାରତ ଓ ତୃତୀୟ ସ୍ଥାନରେ ବ୍ରାଜିଲ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ