ରାଜ୍ୟ

ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ବିପୁଳ ସଂପତ୍ତି ଠାବ

ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କା ଖଣି ଖୋଜି ପାଇଛି ଭିଜିଲାନ୍ସ ଟିମ୍। ଏବେ ସୁଦ୍ଧା ଭୁବନେଶ୍ବର ସୁରେଖା ଅର୍ଚିଡ ଆପାର୍ଟମେଣ୍ଟ ଘରୁ  ପୁଳା ପୁଳା ଟଙ୍କା ଦାମୀ ଘଣ୍ଟା, ସୁନା ଅଳଙ୍କାର ରୁପା ସାମଗ୍ରୀ ଜବତ ହୋଇଛି।

ଭୁବନେଶ୍ବର: ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କା ଖଣି ଖୋଜି ପାଇଛି ଭିଜିଲାନ୍ସ ଟିମ୍। ଏବେ ସୁଦ୍ଧା ଭୁବନେଶ୍ବର ସୁରେଖା ଅର୍ଚିଡ ଆପାର୍ଟମେଣ୍ଟ ଘରୁ  ପୁଳା ପୁଳା ଟଙ୍କା  ଦାମୀ ଘଣ୍ଟା, ସୁନା ଅଳଙ୍କାର ରୁପା ସାମଗ୍ରୀ ଜବତ ହୋଇଛି। ଏହି ଘରେ ଧରଣୀଧର ରହୁଥିବା ବେଳେ ଏହି ଘରର ମୂଲ୍ୟ ପାଖାପାଖି ୧ କୋଟି ୫୦ ଲକ୍ଷ ଟଙ୍କା ହେବ।

ସେହିଭଳି ସୁନ୍ଦରପଦାରେ ଦୁଇମହଲା କୋଠା ରହିଛି,ଯାହାର ମୂଲ୍ୟ ୫୫ ଲକ୍ଷ ଟଙ୍କା। କେନ୍ଦୁଝର ତେଲକୋଇରେରେ ୩ ଟି ମାର୍କେଟ କମ୍ପ୍ଲେକ୍ସ ୨ଟି ଦୁଇମହଲା ବିଶିଷ୍ଟ ଓ ଗୋଟିଏ ଏକ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ଠାବ କରିଛି ଭିଜିଲାନ୍ସ ବିଭାଗ। କେନ୍ଦୁଝର, ଅନୁଗୁଳ, ଭୁବନେଶ୍ବର, କଟକରେ ଏକାଧିକ ପ୍ଲଟ ମଧ୍ୟ ରହିଥିବା ଜଣା ପଡ଼ିଛି। ଖାଲି ସେତିକି ନୁହେଁ ବାବୁଙ୍କର୍ ବ୍ୟାଙ୍କ୍ ଜମା ୧୦ ଲକ୍ଷ ଟଙ୍କା ଥିବା ବେଳେ ୧୬ ଲକ୍ଷ ଟଙ୍କା ଫିକ୍ସ ଡିପୋଜିଟ ରହିଛି ।

ସବୁଠୁ ଆଶ୍ଚର୍ଯ୍ୟର କଥା ବାବୁ ଏତେ କଳା ଟଙ୍କା ରୋଜଗାର କରିଛନ୍ତି ଯେ ୨୦ ବର୍ଷରେ  ଶୁଝିବା ପାଇଁ ଆଣିଥିବା ୧ କୋଟି ୧୩ ଲକ୍ଷ ଟଙ୍କାକୁ ମାତ୍ର ୨ ବର୍ଷରେ ଶୁଝି ଦେଇଛନ୍ତି, ଯାହାକୁ ଜାଣିବା ପରେ ଭିଜିଲାନ୍ସ ଟିମ୍ ମଧ୍ୟ ତାଜୁବ ହୋଇଯାଇଛି। ଭୁବନେଶ୍ୱର ଘରକୁ ଛାଡ଼ିଦେଲେ ତାଳଚେର ଘରୁ  ମଧ୍ୟ ମିଳିଛି ପୁଳା ପୁଳା ଟଙ୍କା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।