ଅପରାଧ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ନିସ୍ତୁକ ମାଡ଼ ମାରିଥିବା ଶିକ୍ଷୟିତ୍ରୀ ନକଲି!

ବଲାଙ୍ଗୀର: ସ୍କୁଲମାନଙ୍କୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି ରାଜ୍ୟ ସରକାର। କିନ୍ତୁ ଦଣ୍ଡମୁକ୍ତ ଅଞ୍ଚଳରେ ଜଣେ ଛାତ୍ରୀଙ୍କୁ ଦଣ୍ଡ ଦିଆଯାଇଥିବାର ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବଲାଙ୍ଗୀର ସହର ଇଛାପଡ଼ା ପ୍ରାଥମିକ ବିଦ୍ୟାଳୟରୁ।

ଗତ ସୋମବାର ଦିନ ଚତୁର୍ଥ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ସ୍କୁଲର ଶିକ୍ଷୟିତ୍ରୀ ନିର୍ଧୁମ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ପରେ ଅଭିଭାବକମାନେ ସ୍କୁଲରେ ହଂଗାମା କରିଥିଲେ। ବର୍ତ୍ତମାନ ସ୍କୁଲକୁ ଶିକ୍ଷା ବିଭାଗର ଅଧିକାରୀ ତଥା ଡି.ସି.ପି.ୟୁ ଏବଂ ସି.ଡବ୍ଲୁ.ସି ଚେୟାରମ୍ୟାନ ଆସି ତଦନ୍ତ ଜାରି ରଖିଛନ୍ତି। ଖୋଳତାଡ଼ ପରେ ମାଡ଼ ମାରିଥିବା ଶିକ୍ଷୟିତ୍ରୀ ନକଲି ଜଣାପଡ଼ିଛି। ଶିକ୍ଷୟିତ୍ରୀଙ୍କୁ ଏକ ଏନ.ଜି.ଓ ନିଯୁକ୍ତି ଦେଇଥିବା ଜଣାଯାଇଛି। ସେ ୨୦୧୪ରୁ ପଢ଼ାଉଥିଲେ। ଏବେ ବି ସ୍କୁଲ ପରିସରରେ ଉତ୍ତେଜନା ଲାଗି ରହିଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି