ରାଜ୍ୟ ସ୍ପେଶାଲ ରିପୋର୍ଟ

ତୁଳସୀ ମୁଣ୍ଡା ପାଇବେ ‘ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ’

ପୁରୀ : ପୁରୀ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଏକାଦଶ ବାର୍ଷିକ ଉତ୍ସବ ଆସନ୍ତା ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଓ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍‌ଘାଟକ ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସମାଜସେବୀ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ଜାତୀୟସ୍ତରୀୟ ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ ଓ ଶ୍ରୀଜଗନ୍ନାଥ ଚେତନାର ପ୍ରଚାରକ ଶଙ୍କର୍ଷଣ ମଙ୍ଗରାଜଙ୍କୁ ଶ୍ରୀଜଗନ୍ନାଥ ଚେତନା ପ୍ରଚାରକ ସମ୍ମାନରେ ସମ୍ମାନିତ କରାଯିବ ବୋଲି ଅନୁଷ୍ଠାନର ମହାସଚିବ ଡ. ନରେଶ ଚନ୍ଦ୍ର ଦାଶ କହିଛନ୍ତି।

ସେହିଭଳି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଶ୍ରୀଜଗନ୍ନାଥ ମନ୍ଦିର ଓ ତାମିଲନାଡ଼ୁ କୋଏମ୍ବାଟୁରର ଶ୍ରୀଜଗନ୍ନାଥ ମନ୍ଦିରକୁ ଜାତୀୟସ୍ତରୀୟ ଶ୍ରୀଜଗନ୍ନାଥ ଚେତନା ସଂଗଠକ ସମ୍ମାନ ପ୍ରଦାନ କରାଯିବ ବୋଲି ଡ. ଦାଶ କହିଛନ୍ତି। ଏହି ଅବସରରେ ଶ୍ରୀଜଗନ୍ନାଥଙ୍କ ୫ଜଣ ସେବକ ଓ ସେବକ ପରିବାରର ସଦସ୍ୟଙ୍କୁ ଚିକିତ୍ସା ସହାୟତା ପ୍ରଦାନ କରାଯିବ। ଉତ୍ସବରେ ପ୍ରତିଷ୍ଠାନର ମୁଖପତ୍ର ଶ୍ରୀଜଗନ୍ନାଥ ଚେତନା ଲୋକାର୍ପିତ ହେବ ବୋଲି ସେ କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।