ଅପରାଧ ରାଜ୍ୟ

ଥମୁନି ଧଳାଜହର କାରବାର, କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର ୨୭।୦୭ : ଥମୁନି ଧଳାଜହର ବେପାର । ପୁଣି ଜବତ ହେଲା କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ । ଏହାସହିତ ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ । ଶେଖ୍‌ ମେଜୁ ନାମକ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ଏନେଇ ଏସ୍‌ଟିଏପ୍‌ ଡିଆଇଜି ଜୟ ନାରାୟଣ ପଙ୍କଜ ସୂଚନା ଦେଇଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ବ୍ରାଉନ୍‌ସୁଗାର କାରବାର ନେଇ ଏସ୍‌ଟିଏଫ୍‌କୁ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ ବାଲେଶ୍ୱର ସହଦେବଖୁଣ୍ଟା ଅରଡବଜାରରେ ଚଢାଉ କରିଥିଲା ଏସ୍‌ଟିଏଫ୍‌ । ତେବେ ଏହି ଚଢାଉରେ ବ୍ରାଉନ୍‌ସୁଗାର କାରବାର୍‌ ଅଭିଯୋଗରେ ଶେଖ୍‌ ମେଜୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା । ତା ନିକଟରୁ ୧ କେଜି ୫୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୧ କୋଟିରୁ ଅଧିକ ହେବ ବୋଲି ଜଣାପଡିଛି । ଏହାସହ ଶେକ୍‌ ମେଜୁ ନିକଟରୁ ନଗଦ ୨୮ ହଜାର ୧୦୦ ଟଙ୍କା ଜବତ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।