ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଥରୁଛି ଓଡ଼ିଶା, ସେମିଳିଗୁଡ଼ାରେ ୮ ଡିଗ୍ରି; ୧୦ ଡିଗ୍ରି ତଳେ ୪ ସହର

ଭୁବନେଶ୍ୱର : ରାଜ୍ୟରେ ଏବେ ପ୍ରବଳ ଶୀତ ପ୍ରବାହ ଜାରି ରହିଛି। ଗତକାଲି ରାତିରେ ୪ ସହରର ତାପମାତ୍ରା ୧୦ ଡିଗ୍ରି ତଳେ ଥିବା ରେକର୍ଡ ହୋଇଛି। କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଓ କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ଗତକାଲି ରାତିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରି ଲେଖାଏ ରେକର୍ଡ ହୋଇଛି। ଏହାପରେ ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୯.୫ଡିଗ୍ରି, କନ୍ଧମାଳ ଜିଲ୍ଲା ଫୁଲବାଣୀରେ ୯.୬ ଡିଗ୍ରି, ଦାରିଙ୍ଗବାଡ଼ି, କୋରାପୁଟ ଓ କେନ୍ଦୁଝର ସହରରେ ୧୦ ଡିଗ୍ରି, ଭବାନୀପାଟଣାର କଳାହାଣ୍ଡିରେ ୧୦.୬ ଡିଗ୍ରି, ଝାରସୁଗୁଡ଼ା ଓ ଚିପିଲିମାରେ ୧୦.୮ ଡିଗ୍ରି, ସୁନ୍ଦରଗଡ଼ ଓ ଦେବଗଡ଼ ସହରରେ ୧୨.୫ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି।

ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ସକାଳ ପାଗ କୁହୁଡ଼ିଆ ରହୁଛି। ଆଜି ମଧ୍ୟ ସକାଳୁ ବିଭିନ୍ନ ସ୍ଥାନରେ କୁହୁଡ଼ି ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣପଶ୍ଚିମ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳ ଉପରେ ରହିଥିବା ଅବପାତ ଆଜି ବି ସେହି ସମାନ ଅଞ୍ଚଳରେ ରହିଛି। ଏହା ଅବପାତ ରୂପରେ ହିଁ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ ଓ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ତାମିଲନାଡ଼ୁ, ପୁଡୁଚେରି ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଆଡ଼କୁ ଓଡ଼ିଶାର କିଛି ଅଞ୍ଚଳ ଯଥା, ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, ରାୟଗଡ଼ା, କୋରାପୁଟ ଆଦି ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ। ୨୨ ତାରିଖ ଦିନ ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଫଳରେ ରାଜ୍ୟରେ ଏବେ ଶୀତ ପ୍ରବାହରେ ସାମାନ୍ୟ ବିରାମ ଲାଗିପାରେ ବୋଲି ଅନୁମାନ କରାଯାଉଛି। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରି ଓ ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ମଧ୍ୟରେ ରହିବ। ସକାଳୁ ପାଗ କୁହୁଡ଼ିଆ ରହିବ ଓ ଆକାଶ ଆଂଶିକ ମେଘୁଆ ରହିବାର ସମ୍ଭାବନା ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି