ଅପରାଧ ରାଜ୍ୟ

ଥରେ ଧରାପଡ଼ିଥିଲେ, ପୁଣି ଭିଜିଲାନ୍ସ ହାବୁଡ଼ରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ

ନବରଙ୍ଗପୁର: ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ବାବୁ। ଆଜି ସକାଳୁ ସକାଳୁ ଭିଜିଲାନ୍ସ ଟିମ୍ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ସରକାରୀ ବାସଭବନ, କାର୍ଯ୍ୟାଳୟ, ଭଦ୍ରକ ଓ ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଥିବାର ସୂଚନା ମିଳିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଥିବା ଜଣାଯାଇଛି। ଏହି ଚଢ଼ଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି।ଏଥିରେ ୨ ଜଣ ଅତିରିକ୍ତ ଏସପି, ୭ ଡିଏସପି ଓ ୮ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।
ଉଲ୍ଲେଖଯୋଗ୍ୟ, ପ୍ରଶାନ୍ତ କୁମାର ରାଉତଙ୍କ ନାମରେ ଦୁର୍ନୀତି ଅଭିଯୋଗ ହୋଇଆସୁଥିଲା। ଆଗରୁ ସେ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରାରେ ଥିବା ବେଳେ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ବିଶ୍ରା ବ୍ଲକରେ ବିଡିଓ ଭାବେ କାର୍ଯ୍ୟ କରୁଥିବା ସମୟରେ ବିରିପାଣି ପଞ୍ଚାୟତର ଜଣେ ଅଧିକାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।