ଅପରାଧ ରାଜ୍ୟ

ଦନ୍ତା ହାତୀକୁ ଗୁଳିମାଡ଼ ! ଅସୁସ୍ଥ ହୋଇ ଜଙ୍ଗଲରେ ବୁଲୁଛି

ଆଠଗଡ଼ ୧୮।୦୮: ଜଙ୍ଗଲରେ ବୁଲୁଛି ଅସୁସ୍ଥ ଦନ୍ତା । ହାତୀଟିକୁ ଗୁଳିମାରିଥିବା ସନ୍ଦେହ କରାଯାଉଛି । କଟକ ଜିଲ୍ଲା ନରସିଂହପୁର ଚତରାପଦା ସଂରକ୍ଷିତ ଜଙ୍ଗଲର ଘଟିଛି ଘଟଣା । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଖୋଲତାଡ଼ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଗୁରୁବାର ଦନ୍ତା ହାତୀଟି ଅସୁସ୍ଥ ଅବସ୍ଥାରେ ଜଙ୍ଗଲରେ ବୁଲୁଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ବନବିଭାଗକୁ ଖବର ଦିଆଯାଇଥିଲା । ତେବେ ହାତୀ ଦେହରେ ଶିକାରୀ ଗୁଳି ବାଜିଥିବା ସନ୍ଦେହ କରାଯାଉଛି । ଏପିରିକି ହାତୀର ଗୋଟିଏ ଦାନ୍ତ ନଥିବା ମଧ୍ୟ ଜଣାପଡିଛି । ଘଟଣାସ୍ଥଳରେ ବନବିଭାଗ ପହଞ୍ଚିଛି । କିଛି ସମୟ ପରେ ଟ୍ରାଙ୍କୁଲାଇଜ୍‌ ଟିମ୍‌ ପହଞ୍ଚି ହାତୀକୁ ଟ୍ରାଙ୍କୁଲାଇଜ୍‌ କଲା ପରେ ଚିକିତ୍ସା କରାଯିବ ବୋଲି ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।