ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କରଞ୍ଜିଆ ୦୫।୧୨ : ଦନ୍ତା ଆକ୍ରମଣରେ ଯୁବକ ମୃତ। ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅସୁରଖାଲ ଗାଁ ହୁଡ଼ି ସାହିରେ ଏପରି ଅଘଟଣ ଘଟିଛି । ଯୁବକ ଜଣଙ୍କ ହେଉଛନ୍ତି ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ନୋଟ ଗାଁ ହୁଡ଼ି ସାହିର ଶାସ୍ତ୍ରୀ ବାନରା ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ଜଙ୍ଗଲରେ ଜଣକୁ ଖୋଜିବାକୁ ଯାଇ ଯୁବକ ଜଣଙ୍କ ଦନ୍ତାହାତୀ ହାବୁଡ଼ରେ ପଡିଯାଇଥିଲେ। ଯୁବକ ଜଣଙ୍କ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ହାତୀ ତାଙ୍କୁ ଶୁଣ୍ଢରେ ଧରି କଚାଡି ମାରିଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ କରଞ୍ଜିଆ ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି। ଖବର ପାଇ ସାତକୋଶିଆ ରେଞ୍ଜ ଅଧିକାରୀ, ମହୁଲଡ଼ିହା ଆଇଆଇସି ଓ ଅନ୍ୟ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କରଞ୍ଜିଆ ମେଡିକାଲକୁ ପଠାଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l