କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦଶହରା ପରେ ବାତ୍ୟା ! ପାର୍ବଣକୁ ଭିଜାଇବ ବର୍ଷା, ଆଣ୍ଡାମାନରେ ପ୍ରବଳ ବର୍ଷୁଛି

ଭୁବନେଶ୍ୱର ୧୦/୧୦: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ଆଣ୍ଡାମାନରେ ପ୍ରବଳ ବର୍ଷା ଜାରି ରହିଛି । ଆସନ୍ତା ୪୮ଘଣ୍ଟା ଭିତରେ ଏହା ଲଘୁଚାପରେ ପରିଣତ ହେବ। ୪ରୁ ୫ଦିନ ସମୁଦ୍ର ଭିତରେ ବଳ ଗୋଟାଇବା ପରେ ସ୍ଥଳଭାଗକୁ ଛୁଇଁବ । ଏହି ୫ଦିନରେ ଲଘୁଚାପ ବାତ୍ୟାର ରୂପ ନେବାର ସମ୍ଭାବନା ଅଧିକ।

ସମୁଦ୍ରରେ ଜଳବାୟୁର ସ୍ଥିତି, ପବନର ଦିଗ ଏବଂ ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାରୁ ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ମାଡ଼ ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରୁଛନ୍ତି । ବାତ୍ୟା ଦଶହରା ପରେ ଓଡ଼ିଶାରେ ମାଡ଼ ହେବ ବୋଲି କୁହାଯାଉଛି। ୱିଣ୍ଡିର ଆକଳନ କହୁଛି ଏହା ପୁରୀରୁ ପାରାଦୀପ ମଝିରେ ସ୍ଥଳଭାଗ ଛୁଇଁବ। ଅକ୍ଟୋବର ୧୬ ତାରିଖ ବିଳମ୍ବିତ ରାତିରେ କିମ୍ବା ୧୭ତାରିଖ ସକାଳେ ଏହା ସ୍ଥଳଭାଗ ଛୁଇଁବ।

ଏହା ପ୍ରଭାବରେ ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ହେବ। ଆସନ୍ତା ୨୪ରୁ ୪୮ଘଣ୍ଟା ମଧ୍ୟରେ ସ୍ପଷ୍ଟ ଚିତ୍ର ଆସିଯିବ। କିନ୍ତୁ ଏବେ ବଙ୍ଗୋପସାଗରର ସ୍ଥିତି ଏବଂ ସ୍ଥଳଭାଗର ସ୍ଥିତି ବାତ୍ୟା ପାଇଁ ପୂରା ଅନୁକୂଳ ଅଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,