ଅପରାଧ ରାଜ୍ୟ

ଦିଗପହଣ୍ଡିରେ ବୀଭତ୍ସ ହତ୍ୟାକାଣ୍ଡ: ଦୁଇଜଣଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗ୍ରାମରେ ଦୁଇଜଣଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ଉଭୟଙ୍କୁ ହତ୍ୟା ପରେ ପୋଡ଼ି ଦିଆଯାଇଥିବା ଜଣାଯାଇଛି। ଦୁର୍ବୃତ୍ତମାନେ ଗତକାଲି ବିଳମ୍ବିତ ରାତିରେ ଗାଁ ଭିତରେ ଲିଟୁ ପୁରୋହିତ ଓ ଶିବ ଗୌଡ଼ଙ୍କୁ ହତ୍ୟା କରି ପୋଡ଼ିଦେଇଛନ୍ତି। ଘଟଣା ପ୍ରଚାରିତ ହେବା ପରେ ଉଭୟଙ୍କ ପରିବାରଲୋକେ ଘଟଣାସ୍ଥଳରେ ପହଞ୍ଚି ଶବ ଚିହ୍ନଟ କରିଛନ୍ତି। ଏଣେ ଘଟଣାସ୍ଥଳରେ ଚିକିଟି ଏସଡିପିଓ ଓ ଦିଗପହଣ୍ଡି ଆଇଆଇସି ଓ ଏବଂ ତାଙ୍କ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପୂର୍ବ ଶତ୍ରୁତାରୁ ଏଭଳି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।