ଅପରାଧ ରାଜ୍ୟ

ଦିଗପହଣ୍ଡି ଦୁର୍ଘଟଣା: ସରକାରୀ ବସ ଡ୍ରାଇଭର ଗିରଫ, ଗତକାଲି ଆତ୍ମସମର୍ପଣ କରିଥିଲେ

ବ୍ରହ୍ମପୁର: ଦିଗପହଣ୍ଡି ଖେମୁଣ୍ଡି ମହାବିଦ୍ୟାଳୟ ନିକଟରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣା ମାମଲାରେ ସରକାରୀ ବସ ଡ୍ରାଇଭର ମାନସ ପ୍ରଧାନଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ଦିଗପହଣ୍ଡି  ଥାନା ପୁଲିସ ତାଙ୍କୁ ଅଟକ ରଖି ଘଟଣା ସମ୍ପର୍କରେ ପଚରାଉଚରା କରିବା ପରେ ଗିରଫ କରିଛି। ମାନସ ପ୍ରଧାନଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଗତକାଲି ଦୁର୍ଘଟଣା ଘଟିବା ପରେ ମାନସ ଭୁବନେଶ୍ବର ଭରତପୁର ଥାନାରେ ଆତ୍ମସମର୍ପଣ କରିଥିଲେ। ଏହି ସୂଚନା ମିଳିବା ପରେ ଦିଗପହଣ୍ଡି ଥାନା ପୁଲିସ ପକ୍ଷରୁ ଏକ ଟିମ୍ ଭୁବନେଶ୍ବର ଭରତପୁର ଥାନାକୁ ଯାଇ ସେଠାରୁ ମଧ୍ୟରାତ୍ରିରେ ମାନସଙ୍କୁ ଦିଗପହଣ୍ଡି ଆଣିଥିବା ପୁଲିସ ପକ୍ଷରୁ କୁହାଯାଇଥିଲା। ମାନସଙ୍କଠାରୁ ପୁଲିସ ବସ ଦୁର୍ଘଟଣା ସଂପର୍କରେ ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ହାସଲ କରିଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୧ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା ଓ ୭ ଜଣ ଗୁରୁତର ହୋଇଥିଲେ। ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ଅନ୍ୟପକ୍ଷରେ ଜଣେ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ରାୟଗଡ଼ାରୁ ଭୁବନେଶ୍ୱର ଯାଉଥିବା ଓଏସ୍‌ଆର୍‌ଟିସି ବସଟି ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକ ନିକଟରେ ବିବାହ ପରେ କନ୍ୟାକୁ ଛାଡ଼ି ବ୍ରହ୍ମପୁରରୁ ଫେରୁଥିବା ଏକ ଘରୋଇ ମିନିବସ୍‌ ସହ ମୁହାଁମୁହିଁ  ଧକ୍କା ହେବାରୁ ଏହି ଅଘଟଣ ଘଟିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।