ଅପରାଧ ରାଜ୍ୟ

ଦିପୁ-ଓମ୍‌ ହତ୍ୟା ମାମଲା : କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ, ତଦନ୍ତକାରୀ ଅଧିକାରୀଙ୍କ ଶେଷ ସାକ୍ଷ୍ୟଗ୍ରହଣ !

କଟକ ୧୭।୦୫ : ଦିପୁ -ଓମ ହତ୍ୟା ମାମଲାରେ କୋର୍ଟରେ ହାଜର ହୋଇଛନ୍ତି । କଡା ସୁରକ୍ଷା ବଳୟ ମଧ୍ୟରେ ଉଭୟଙ୍କୁ କଟକ ଜିଲ୍ଲା ଓ ଦୌରାଜଜ୍ କୋର୍ଟରେ ହାଜର ହୋଇଛନ୍ତି ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ ।

ଖବର ଅନୁଯାୟୀ, ସୋମବାର ଏହି ମାମଲା କୋର୍ଟରେ ଶୁଣାଣି ହେବାର ଥିଲା । ମାତ୍ର କୋର୍ଟ ରେଫେରାନ୍ସ ହୋଇଥିବାରୁ ମଙ୍ଗଳବାର ଏହାର ଶୁଣାଣି କରାଯିବ। ଏହି ମାମଲାରେ ଆଜି ସାକ୍ଷ୍ୟଗ୍ରହଣ କରାଯିବ। ତତ୍କାଳୀନ ଥାନାଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଅଜୟ ଦାସଙ୍କ ସାକ୍ଷ୍ୟଗ୍ରହଣ କରାଯିବ। ସୋମବାର ଏହି ପ୍ରକ୍ରିୟା ଅଧା ରହିଥିଲା। ବହୁ ଚର୍ଚ୍ଚିତ ଖୁଣ୍ଟକଟା ଫାର୍ମ ହାଉସ ରେ ଦିପୁ ଓ ଓମଙ୍କୁ ପିଟି ପିଟି ହତ୍ୟା କରାଯିବା ପରେ ସେମାନଙ୍କ ମୃତଦେହ ଝାଡ଼ଖଣ୍ଡରେ ପୋଡି ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ତତ୍କାଳୀନ ଚାଉଳିଆଗଞ୍ଜ ଥାନାଧିକାରୀ ଘଟଣାର ତଦନ୍ତ କରୁଥିଲେ। ଦିପୁ-ଓମ ହତ୍ୟା ଘଟଣାରେ ଏହା ଶେଷ ସାକ୍ଷ୍ୟ ଗ୍ରହଣ ବୋଲି ଜଣାପଡିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।