ରାଜ୍ୟ ସ୍ପେଶାଲ ରିପୋର୍ଟ

ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଦିବ୍ୟାଙ୍ଗ ପିଲାମାନଙ୍କ ପ୍ରତିଭା କାହାଠାରୁ କୌଣସି ଗୁଣରେ କମ୍ ନୁହେଁ। ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ କରି ଦେଖାଇଥାନ୍ତି ବୋଲି ଆଜି ନୂଆଦିଲ୍ଲୀ ଠାରେ ଆୟୋଜିତ ‘ଦିବ୍ୟାଙ୍ଗଜନ ସ୍ୱାଭିମାନ ସମ୍ମାନ ସମାରୋହ’ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଲୋକସେବକ ମଣ୍ଡଳ ଏବଂ ଅନାମ ସ୍ନେହ ପରିବାର ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଶ୍ରୀ ପ୍ରଧାନ କହିଛନ୍ତି, ଦିବ୍ୟାଙ୍ଗ ଭାଇ ଭଉଣୀଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା, ସେମାନଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ସେମାନେ ସମ୍ମୁଖୀନ ହେଉଥିବା ଆହ୍ୱାନର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ରାଷ୍ଟ୍ରୀୟ ଶିକ୍ଷା ନୀତି ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ପ୍ରତିବନ୍ଧକ ମୁକ୍ତ ଶିକ୍ଷା ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛି। ସନ୍ଥକବି ଭୀମ ଭୋଇଙ୍କ ପଙ୍‌କ୍ତି “ମୋ ଜୀବନ ପଛେ ନର୍କେ ପଡିଥାଉ, ଜଗତ ଉଦ୍ଧାର ହେଉ”କୁ ଉଦ୍ଧାର କେନ୍ଦ୍ରମନ୍ତ୍ରୀ କହିଥିଲେ, ଏହି ଦୃଷ୍ଟିବାଧିତ କବି ନିଜ ବାର୍ତ୍ତା ମାଧ୍ୟମରେ ବସୁଧୈବ କୁଟୁମ୍ବକମ୍‌ର ବାର୍ତ୍ତା ଦେଇଥିଲେ, ଦୁନିଆକୁ ନିଜ ପରିବାର ବୋଲି ଅଭିହିତ କରିଥିଲେ।

ଏହି ଅବସରରେ ଶ୍ରୀ ପ୍ରଧାନ ଦିବ୍ୟାଙ୍ଗ ଭାଇ ଓ ଭଉଣୀଙ୍କ ସଶକ୍ତିକରଣ ଏବଂ ସେମାନଙ୍କ ଜୀବନରେ ଉନ୍ନତି ଆଣିବା ଦିଗରେ ସକ୍ରିୟ ଭାବରେ କାମ କରୁଥିବା ବ୍ୟକ୍ତିବିଶେଷ ଏବଂ ସଂଗଠନଙ୍କୁ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମ ପୂର୍ବରୁ ଶ୍ରୀ ପ୍ରଧାନ ସମ୍ବିଧାନ ସଦନରେ ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।