ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଦୀପାବଳି ପରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ବର: ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ସ୍କୁଲ। ଟିକାକରଣ ପରେ ସଂକ୍ରମଣ କମ ହେଉଥିବାରୁ ସରକାର ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବା ନେଇ ଚିନ୍ତା କରୁଛନ୍ତି। ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ଯେ ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ।

ହେଲେ କେବେ ଖୋଲିବ ସେ ନେଇ ବିଚାରବିମର୍ଶ ଚାଲିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ତାଙ୍କ କହିବା ମୁତାବକ, ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବା ନେଇ ବିଚାର କରାଯାଉଛି। ପର୍ଯ୍ୟାୟକ୍ରମେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଠପଢ଼ା ପାଇଁ ସ୍କୁଲ ଖୋଲିବ । ନୂଆ ବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଆଶା କରାଯାଉଛି । ପିଲାମାନଙ୍କ ମଧ୍ୟରେ ସ୍କୁଲ ଯିବା ପାଇଁ ଆଗ୍ରହ ସୃଷ୍ଟି ହେଲାଣି । ପୂର୍ବରୁ ମାତାପିତା ରାଜି ହେଉନଥିବା ବେଳେ ଏବେ ସଂକ୍ରମଣ କମ ହେବା ପରେ ପୁଣି ସ୍କୁଲ ଖୋଲିବା ପାଇଁ ଦାବି ହେଲାଣି। ଏବେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି । ଆଗକୁ ଅନ୍ୟ ଶ୍ରେଣୀଗୁଡ଼ିକ ମଧ୍ୟ ଖୁବ ଶୀଘ୍ର ଖୋଲାଯିବ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି