ଧର୍ମ ରାଜ୍ୟ

ଦୀର୍ଘ ୨ ବର୍ଷ ପରେ ହଟିଲା କଟକଣା, ରବିବାର ଶ୍ରୀଜିଉଙ୍କୁ ଦର୍ଶନ କଲେ ଭକ୍ତ

ପୁରୀ, ୨୦/୦୩: ଦୀର୍ଘ ୨ ବର୍ଷ ପରେ ରବିବାର ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । ରବିବାର ଯୋଗୁ ଶ୍ରୀମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। କେବଳ ଆଜିର ରବିବାର ନୁହେଁ ଏଣିକି ପ୍ରତିଦିନ ଭଳି ପ୍ରତି ରବିବାର ମଧ୍ୟ ଭକ୍ତଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଖୋଲା ରହିବ।

ରବିବାର ଅବସରରେ ପୁରୀ ବୁଲିବାକୁ ଆସିଥିବା ଭକ୍ତ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଲାଭ କରି ନିଜକୁ କୃତାର୍ଥ ମନେ କରୁଛନ୍ତି। ଦୀର୍ଘ ଦୁଇବର୍ଷ ଧରି କରୋନା ମହାମାରୀ ଯୋଗୁଁ ଭକ୍ତ ମାନଙ୍କ ପାଇଁ ରବିବାର ଶ୍ରୀମନ୍ଦିର ବନ୍ଦ ରଖାଯାଇ ସାନିଟାଇଜ କରାଯାଉଥିଲା। ଏବେ କୋଭିଡ ସଂକ୍ରମଣ ହ୍ରାସ ପାଉଥିବାରୁ ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିଛି ।

ପ୍ରତିଦିନ ଭଳି ରବିବାର ମଧ୍ୟ ଭକ୍ତ ମାନେ କିଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ସେନେଇ ଗତ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଥିଲା। ତେଣୁ ରବିବାରରେ ଶ୍ରଦ୍ଧାଳୁମାନେ ସକାଳୁ ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଲାଭ କରୁଛନ୍ତି। ସେହିପରି ଆଜି ପଖାଳ ଦିବସ ହୋଇଥିବା ବେଳେ ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପଖାଳ ଭୋଗ ଲାଗି ହୋଇଥାଏ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ