ଅପରାଧ ରାଜ୍ୟ

ଦୁଇଭାଇଙ୍କୁ ଦଳିଦେଲା ଦନ୍ତା: ପିତାମାତା ବି ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା କିର୍ମିରା ବ୍ଳକ ଭଉଁରା ଗ୍ରାମ ନିକଟରେ ଥିବା ଏକ ଇଟାଭାଟିରେ ହାତୀ ଆକ୍ରମଣରେରେ ଦୁଇ ଶିଶୁଙ୍କ ଶୋଚନୀୟ ମୃତ୍ୟୁ ହୋଇଛି। ଦୁଇ ଶିଶୁଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ପିତାମାତା ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ମୃତ ଦୁଇ ଶିଶୁ ଦୁଇ ଭାଇ ହୋଇଥିବା ବେଳେ ସେମାନଙ୍କ ନାମ ଧନଞ୍ଜୟ ସତନମୀ(୯) ଏବଂ ଅଭୟ ସତନମୀ(୧୧) ବୋଲି ଜଣାଯାଇଛି। ମୃତ ଶିଶୁଙ୍କ ମାତା ଲେହେରାବାଈ ସତନମୀ ଏବଂ ପିତା ଉମେଶ ରାମ ସତନମୀଙ୍କୁ ଝାରସୁଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଇଟାଭାଟିରେ ପଲିଥିନ ତଳେ ଶୋଇଥିବା ବେଳେ ହାତୀ ଏମାନଙ୍କୁ ଆକ୍ରମଣ କରିଥିବା କୁହାଯାଉଛି। ପିତା ମାତାଙ୍କ ଆଗରେ ଦୁଇ ନାବାଳକ ପୁଅଙ୍କୁ ହାତୀ ଦଳିଦେଇ ଥିବା ଘଟଣା ଏହି ଅଂଚଳରେ ଶୋକର ଛାୟା ଖେଳାଇ ଦେଇଛି। ଏହି ଶ୍ରମିକ ପରିବାର ଇଟାଭାଟିରେ କାମ କରିବାକୁ ଛତିଶଗଡ଼ ରାଜ୍ୟର ଶକ୍ତି ଜିଲ୍ଲା ଅଞ୍ଚଳରୁ ଗତ ଦୁଇଦିନ ତଳେ ଆସିଥିଲେ। ବାଗଡିହି ଅଞ୍ଚଳରେ ବର୍ତ୍ତମାନ ୭ ଟିକିଆ ହାତୀପଲ ଉପଦ୍ରବ ଚଳାଇଥିବା ବେଳେ ବନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ ବୋଲି ଅଭିଯୋଗ ହୋଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।