ଅପରାଧ ରାଜ୍ୟ

ଦୁଇ ଦିନ ଧରି ନିଖୋଜ ପରେ ମିଳିଲା ଯୁବତୀଙ୍କ ମୃତଦେହ, ହତ୍ୟା ସନ୍ଦେହ

ବଲାଙ୍ଗୀର ୨୫।୦୯ : ବଲାଙ୍ଗୀର ସହରରେ ପୁଣି ହତ୍ୟା l ବଲାଙ୍ଗୀର ବିଜାଖାମନ ଠାରେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି l ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଦୁଇ ଦିନ ତଳେ ଯୁବତୀ ଜଣଙ୍କ ନିଖୋଜ ଥିଲେ । ବହୁ ଖୋଜାଖୋଜି ପରେ ବି ତାଙ୍କର କୌଣସି ପତ୍ତା ମିଳିନଥିଲା । ଶେଷରେ ରବିବାର ଦିନ ବଲାଙ୍ଗୀର ବିଜାଖାମନ ଠାରେ ଯୁବତୀଙ୍କ ମୃତଦେହ ପଡିଥିବାର ସ୍ଥାନୀୟଲୋକେ ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି ।

ତେବେ ମୃତ ଯୁବତୀଙ୍କ ଜଣକ ବଲାଙ୍ଗୀର ସହର ଟିକ୍ରାପଡାର ଅଷ୍ଟମି ବକୁଲ ବୋଲି ଜଣାପଡିଛି । ସେ ପୌରପରିଷଦରେ ସଫେଇ କର୍ମଚାରୀ ଭାବେ କାମ କରୁଥିଲେ । ଏବେ ତାଙ୍କୁ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠିଛି । କିପରି ଅଷ୍ଟମିଙ୍କ ମୃତ୍ୟୁ ହେଲେ, ତାହା ଏବେ ସବୁଠାରୁ ବଡ଼ ପ୍ରଶ୍ନ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।