ଅପରାଧ ରାଜ୍ୟ

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

ଲମତାପୁଟ ୬।୬: କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ କୁମାରଗୁଡା ଗାଁ ନିକଟରେ ୨ଟି ବାଇକ୍ ମୁହାମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତ ଯୁବକ ଜଣଙ୍କ ଲମତାପୁଟ ସିଲପଡା ଗ୍ରାମର ଧନୁର୍ଜୟ ବୋଲି ଜଣାପଡିଛି । ଆହତ ଦୁଇ ଜଣଙ୍କ ମଧ୍ୟରୁ ଜଣେ ସିଲପଡ଼ା ଗାଁର ହରି ପାଙ୍ଗି ଏବଂ ଅନ୍ୟ ଜଣଙ୍କର ପରିଚୟ ମିଳିନଥିବା ଜଣାପଡ଼ିଛି।

ଘଟଣା ସମ୍ପର୍କରେ ଖବର ପାଇ ନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର ଶିକାର ହୋଇଥିବା ଯୁବକମାନଙ୍କୁ ଉଦ୍ଧାର କରିଥିଲେ । ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଗୁରୁତର ଆହତ ଦୁଇ ଜଣଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।