ଅପରାଧ ରାଜ୍ୟ

ଦୁଇ ଶିକ୍ଷକଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ଗ୍ରୀଲ୍ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍

ପାଟଣା ୨୯।୬: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି । ଏହାସହ ଡକାୟତି, ଲୁଟ୍ ଆଦି ବୃଦ୍ଧି ପାଇବାରେ ଲାଗିଛି । ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟେରାମାନେ ମୁରୁସୁଆଁ ଗାଁର ଦୁଇ ଶିକ୍ଷକଙ୍କ ଘରେ କଳାକନା ବୁଲାଇଛନ୍ତି । ଗ୍ରାମର ଜ୍ୟୋତି ରଞ୍ଜନ ସେଠୀ ତାଙ୍କ ଦୁଇ ଝିଅଙ୍କ ବାହାଘର ପାଇଁ ରଖିଥିବା ସୁନା ଗହଣା ସହ ନଗଦ ୧୦ ହଜାରରୁ ଅଧିକ ଟଙ୍କା ଲୁଟିନେଇଛନ୍ତି ଲୁଟେରା ।

ଏହାସହ ଶିକ୍ଷକ ଦୁର୍ଯ୍ୟୋଧନ ସାହୁଙ୍କ ଘରୁ ମଧ୍ୟ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି ନେଇଛନ୍ତି ଲୁଟେରା । ତୁରୁମୁଙ୍ଗା ଥାନା ଅଞ୍ଚଳରେ ବାରମ୍ବାର ଚୋରି ବୃଦ୍ଧି ପାଉଥିଲେ ମଧ୍ୟ ଏଯାଏଁ କୌଣସି ଲୁଟେରାଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇ ପାରିନଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ରାତ୍ର କାଳୀନ ପାଟ୍ରୋଲିଂକୁ କଡାକଡି କରିବା ସହ ଖୁବଶୀଘ୍ର ଲୁଟେରାଙ୍କୁ ଧରିବା ପାଇଁ ବିଭିନ୍ନ ମହଲରେ ଦାବି ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।