ରାଜ୍ୟ

ଦୁର୍ଘଟଣାସ୍ଥଳରୁ ପିସିଆର୍‌ରେ ଶବ ସ୍ଥାନାନ୍ତର ଘଟଣା: ନିଲମ୍ବିତ ହେଲେ ଇନ୍ସପେକ୍ଟର ସନ୍ଧ୍ୟାରାଣୀ ଜେନା

ଝାରସୁଗୁଡ଼ା: ଗତ ୮ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ଠକଠକି ଛକ ନିକଟରେ ହୋଇଥିବା ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ୩ ମୃତାହତଙ୍କୁ ପିସିଆର୍‌ ଭ୍ୟାନ୍‌ରେ ନେଇ ବେଲପାହାଡ଼ ଥାନା ଅନ୍ତର୍ଗତ ଗୌଡ଼ପଡ଼ା ଛକ ନିକଟରେ ଫିଙ୍ଗି ଦିଆଯାଇଥିଲା। ଏସମ୍ପର୍କରେ ‘ସମ୍ବାଦ’ ରେ ଲଗାତାର ଖବର ପ୍ରକାଶ ପାଇବା ପରେ ଏସ୍‌ପି ସ୍ମିତ୍‌ ପରମାର୍‌ ପୁରୁଷୋତ୍ତମ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ପ୍ରାଥମିକ ତଦନ୍ତ ରିପୋର୍ଟ ଆସିବା ପରେ ଗତ ୧୮ ତାରିଖରେ ଲଖନପୁର ଥାନାର ତତ୍କାଳୀନ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ଜିଲ୍ଲା ପୁଲିସ୍‌ ମୁଖ୍ୟାଳୟକୁ ବଦଳି କରି ନିଆଯାଇଥିଲା।

ପୁଲିସ୍‌ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ ତାଙ୍କୁ ନିଲମ୍ବିତ କରିଛନ୍ତି। ଶ୍ରୀମତୀ ଜେନାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ, ୪ ବର୍ଷ ତଳେ କେନ୍ଦୁଝର ଜିଲ୍ଲା ପାଟଣା ଥାନାରେ କାର୍ଯ୍ୟରତ ଥିବା ବେଳେ ଜଣେ ଅଭିଯୁକ୍ତଙ୍କୁ ମାଡ଼ ମାରିବା ଘଟଣ‌ାରେ ଶ୍ରୀମତୀ ଜେନା ନିଲମ୍ବିତ ହୋଇଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।