ଅପରାଧ ରାଜ୍ୟ

ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ପୁରୀ: ସ୍କୁଲକୁ ଯାଉଥିବା ଜଣେ ନାବାଳିକାକୁ ଅପହରଣ କରିନେଇ ବିବାହ ପ୍ରଲୋଭନ ଦେଖାଇ ଜବରଦସ୍ତ ଦୁଷ୍କର୍ମ କରିଥିବା ଅଭିଯୁକ୍ତକୁ ଚନ୍ଦନପୁର ଥାନା ପୁଲିସ ପଟ୍ଟାମୁଣ୍ଡାଇରୁ ଗିରଫ କରିଛି। ସେଠାରୁ ଛାତ୍ରୀ ଜଣକୁ ମଧ୍ୟ ଉଦ୍ଧାର କରାଯାଇଛି। ଉଭୟଙ୍କୁ ଡାକ୍ତରୀମାଇନା କରାଇବା ପରେ ପୁଲିସ ଆଜି ଅଭିଯୁକ୍ତକୁ କୋର୍ଟଚାଲାଣ କରିଛି।

ପୁଲିସ ସୂତ୍ରରୁ ପ୍ରକାଶ ଯେ ଗତ ମାସ ୧୬ ତାରିଖ ଦିନ ଚନ୍ଦନପୁର ଥାନା ଅଞ୍ଚଳର ୧୬ ବର୍ଷୀୟା ଦଶମ ଶ୍ରେଣୀର ଛାତ୍ରୀ ସ୍କୁଲକୁ ଯାଉଥିଲେ। ଏହି ସମୟରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇର ଚନ୍ଦ୍ରମଣି ଦାସ(୨୪) ଏହି ଛାତ୍ରୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ କରିନେଇଥିଲା। ନାବାଳିକାକୁ ଚନ୍ଦ୍ରମଣି ନେଇ ପଟ୍ଟାମୁଣ୍ଡାଇସ୍ଥିତ ନିଜ ଘରେ ରଖି ତା’ସହ ଶାରୀରିକ ସମ୍ପର୍କ ରଖିଥିଲା। ଏପଟେ ନାବାଳିକାର ପରିବାର ପକ୍ଷରୁ ଚନ୍ଦନପୁର ଥାନାରେ ଅଭିଯୋଗ କରାଯାଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ପୁଲିସ ୪୮/୨୩ ନମ୍ବରରେ ଏକ ମାମଲା ରୁଜୁ କରି ପଟ୍ଟାମୁଣ୍ଡାଇରେ ଚଢ଼ଉ କରି ଗତକାଲି ନାବାଳିକାକୁ ଉଦ୍ଧାର କରିଥିଲା। ତେଣୁ ଉଭୟଙ୍କୁ ଆଜି ସଦର ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀମାଇନା କରାଇବାପରେ ନାବାଳିକାକୁ ତା’ର ପରିବାର ଜିମାରେ ଦେଇଥିଲା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।