ରାଜ୍ୟ

ଦେବୋତ୍ତର କମିସନର ପୂର୍ବତନ ସଚିବଙ୍କ ପରଲୋକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର: ଓଡ଼ିଶା ଦେବୋତ୍ତର କମିସନରଙ୍କ ଅବସରପ୍ରାପ୍ତ ସଚିବ ଜାମିନୀକାନ୍ତ ସ୍ବାଇଁଙ୍କର ୮୪ ବର୍ଷ ବୟସରେ ତାଙ୍କ ସାମନ୍ତରାପୁର ବାସଭବନରେ ‌ପରଲୋକ ହୋଇଯାଇଛି। ନିଜ ଗ୍ରାମ ସାଲେପୁର ବ୍ଲକ ନିକଟସ୍ଥ ବାରବୋଡ଼ିଆ ଗ୍ରାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ଜ୍ୟେଷ୍ଠ ପୁତ୍ର ନିତ୍ୟପ୍ରକାଶ ସ୍ବାଇଁ ମୁଖାଗ୍ନି ଦେଇଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ପତ୍ନୀ, ସାନ ପୁଅ ସତ୍ୟପ୍ରକାଶ ସ୍ବାଇଁ, ଜ୍ବାଇଁ ବ୍ରଜବନ୍ଧୁ ମହାନ୍ତି, ଇଂ ଅନୀଲ ସ୍ବାଇଁ, ପ୍ରଦୀପ୍ତ ସ୍ବାଇଁ, ସଂଜୀବ ରାଉତରାୟ, ପ୍ରଫେସର ମଧୁସୂଦନ ନାୟକ, ଝିଅ ପ୍ରଣତି, କଲ୍ୟାଣୀ, ପ୍ରତିତୀ, ପ୍ରମିତୀ, ଭାଣିଜୀ ପ୍ରଗତି, ଭଣଜା ଆଡଭୋକେଟ୍‌ ଅଶ୍ବିନୀ ପ୍ରଧାନ, ଭାଇ ପ୍ରଶାନ୍ତ ରାଉତରାୟ ଓ କେଦାରନାଥ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ସ୍ବର୍ଗତ ସ୍ବାଇଁ ବାରବୋଡ଼ିଆ ଗ୍ରାମର ଉପ୍ରା ମଧ୍ୟ ଇଂରାଜୀ ବିଦ୍ୟାଳୟର ପ୍ରତିଷ୍ଠାତା ଥିଲେ। ସେ ଜଣେ ସରଳ, ମିଷ୍ଟଭାଷୀ, ଧର୍ମ ପରାୟଣ ବ୍ୟକ୍ତି ଭାବେ ସୁପରିଚିତ ଥିଲେ। ତାଙ୍କ ବିୟୋଗରେ ସାଲେପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।