ନୂଆଦିଲ୍ଲୀ ୨୦/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୧୫୦୪୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୯୨ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୩୨୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।