ଦେଶ ବିଦେଶ ସ୍ୱାସ୍ଥ୍ୟ

ଦେଶରେ ୨୦, ୫୪୯ ନୂଆ ଆକ୍ରାନ୍ତ ଚିହ୍ନଟ; ୯.୮୩ ନିୟୁତ ଟପିଲା ସୁସ୍ଥତାସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୦, ୫୪୯ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦, ୨୪୪, ୮୫୨ରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦, ୫୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୨୫% ବୃଦ୍ଧି ପାଇଛି।
ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୪୮,୪୩୯ରେ ପହଞ୍ଚିବା ସହ ମୃତ୍ୟୁହାର ୧.୪୫% ରହିଛି।
ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୨୧, ୧୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୮, ୩୪, ୧୪୧। ଏହି ତଥ୍ୟ ଅନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୫.୯୯% ରହିଛି।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୬୨,୨୭୨। ଆଜିକୁ ମିଶାଇ କ୍ରମାଗତ ୯ଦିନ ହେବ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ତଳକୁ ରହିଛି। ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟାର ୨.୫୬% ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟରୁ ଜଣାପଡ଼ିଛି।

‘ଆଇସିଏମ୍‌ଆର୍‌’ ସୂଚନା ଅନୁସାରେ, ଡିସେମ୍ବର ୨୯ ତାରିଖ ସୁଦ୍ଧା ୧୭,୦୯,୨୨,୦୩୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧, ୨୦, ୨୮୧ଟି ନମୁନା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ