ଅପରାଧ ରାଜ୍ୟ

ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ନିଶ୍ଚିନ୍ତକୋଇଲି ୨୩।୮: ଦୋକାନ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଦୋକାନ ବାହାରେ ଥିବା ଏକ ଛାତ ରଡରେ ବେକରେ ଗାମୁଛା ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବଜାରରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବଜାରରେ ଏକ ଲୁଗା ଦୋକାନ କରିଥିଲେ ମାହାଙ୍ଗା ଥାନା ଭଉଁରୀଆ ପଂଚାୟତ ଓସ୍ତପୁର ଗାଁର ବିପିନି ବିହାରୀ ମଲ୍ଲ ଓରଫ ନନିଆ । ନିଶ୍ଚିନ୍ତକୋଇଲି ବଜାରରେ ପ୍ରାୟ ବର୍ଷେ ହେବ ସେ ଏହି ଦୋକାନ କରି ପରିବାର ପ୍ରତିପୋଷଣ କରୁଥିଲେ । ତେବେ ସେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ନନିଆ ଜଣେ ମେଳାପୀ ଲୋକ ଥିଲେ । ତାଙ୍କ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ସ୍ଥାନୀୟ ଲୋକେ ଓ ପରିବାର ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଦାବି କରି ନିଶ୍ଚିନ୍ତକୋଇଲି ଥାନାରେ ଏତଲା ଦେବା ସହ ତଦନ୍ତ ଦାବି କରିଛନ୍ତି । ପୋଲିସର ତଦନ୍ତ ପରେ ସ୍ପଷ୍ଟ ହେବ ଏହା ହତ୍ୟା ନା ଆତ୍ମହତ୍ୟା । ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ବଡ ମେଡିକାଲ ପଠାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।