ଧର୍ମ ରାଜ୍ୟ

ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ, ଦୋଳରେ ଝୁଲିବେ ଦୋଳଗୋବିନ୍ଦ

ପୁରୀ ୧୮/୦୩ : ଆଜି ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶ୍ଵାସ ରହିଛି। କାରଣ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳପୂର୍ଣ୍ଣମୀ।

ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୩ ଟାରେ ଦ୍ୱାର ଫିଟା, ୪ ଟାରେ ମଙ୍ଗଳ ଆଳତୀ ପରେ ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇଁ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ବିମାନରେ ବିଜେ କରି ଶ୍ରୀମନ୍ଦିର ବେଢ଼ା ସାତଥର ପ୍ରଦିକ୍ଷଣ କରିବେ।

ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନି ସହ ଫଗୁ, ଅବିର ଖେଳ ମଧ୍ୟରେ ଠାକୁରଙ୍କ ବିମାନ ଦୋଳବେଦୀକୁ ବିଜେ କରି ଦୋଳବେଦୀ ତଳେ ଓ ଉପରେ ସାତଘେରା ଲେଖାଏଁ ପ୍ରଦକ୍ଷଣ କରିବା ପରେ ଦୋଳରେ ବସି ଝୁଲିବେ। ଏହାପରେ ମହାପ୍ରଭୁଙ୍କର ଅନ୍ୟନ୍ୟ ନୀତି, କାନ୍ତି ଦୋଳବେଦୀରେ ଅନୁଷ୍ଠିତ ହେବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ