ରାଜ୍ୟ ସ୍ପେଶାଲ ରିପୋର୍ଟ

ଧର୍ମେନ୍ଦ୍ରଙ୍କୁ ପ୍ରଣବପ୍ରକାଶଙ୍କ ପ୍ରଶ୍ନ: ହିଂସାକୁ ସମର୍ଥନ କରି କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି?

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭବେଳେ ପୁଲିସର କାର୍ଯ୍ୟାନୁଷ୍ଠାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମାଲୋଚନା କରିବା ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ପରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟୁଇଟ୍ କରି ଜବାବ୍ ଦେଇଛନ୍ତି।

ପ୍ରଣବ ପ୍ରକାଶ ଟୁଇଟର୍‌ରେ ବିଜେପି ବିକ୍ଷୋଭ ବେଳର ଏକ ଭିଡିଓ ପୋଷ୍ଟ କରି ଲେଖିଛନ୍ତି ଯେ, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ। ଏବେ ସେ ଜାମିନରେ ଅଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ବରେ ପୁଲିସ ଉପରେ ମରଣାନ୍ତକ ଆକ୍ରମଣ ହେଲା। ଏଭଳି ନେତାଙ୍କୁ ସମର୍ଥନ କରି ଆପଣ ଓଡ଼ିଶାର ଯୁବକମାନଙ୍କୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି?

ଏହାସହ ଶ୍ରୀ ଦାସ କହିଛନ୍ତି ଯେ, ଆପଣ ଯାହାଙ୍କୁ ବିରୋଧୀ ଦଳର ନେତା କରିଛନ୍ତି, ସେ ମଧ୍ୟ ଜଣେ ଅଭ୍ୟାସଗତ ଅପରାଧୀ ଏବଂ ଜଘନ୍ୟ ହତ୍ୟା ମାମଲାରେ ସଂପୃକ୍ତ। ସ୍ବାସ୍ଥ୍ୟ ଆଳରେ ଜାମିନରେ ଆସିଲା ପରେ ମଧ୍ୟ ସେ ଅପରାଧ ଘଟାଇ ଚାଲିଛନ୍ତି। ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ। ଓଡ଼ିଶାବାସୀ ଏସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେପିକୁ ପ୍ରତ୍ୟାଖ୍ୟାନ କଲେ। ଆମେ ଭାବିଥିଲୁ, ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ। ମାତ୍ର ଆଜି ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ମୋର ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଏଭଳି ଅପରାଧିକ ତତ୍ତ୍ବକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନହେଲେ ଭବିଷ୍ୟତରେ ଏ ଦୁଇ ନେତା ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।