ରାଜ୍ୟ

ଧୋଇଗଲା ଅସ୍ଥାୟୀ ରାସ୍ତା, ଝୁଲାପୋଲ ବନ୍ଦ: ଧବଳେଶ୍ୱରଙ୍କ ଦର୍ଶନରୁ ଶ୍ରଦ୍ଧାଳୁ ବଞ୍ଚିତ

ଆଠଗଡ଼: ଧବଳେଶ୍ୱର ଅସ୍ଥାୟୀ ରାସ୍ତା ଧୋଇଯାଇଥିବାର ଖବର ମିଳିଛି। ମହାନଦୀରେ ପାଣି ଆସିବାରୁ ଏଭଳି ଅବସ୍ଥା ଉପୁଜିଥିବା କୁହାଯାଉଛି। ରାସ୍ତା ଧୋଇ ଯିବାରୁ ଧବଳେଶ୍ୱରଙ୍କ ଦର୍ଶନରୁ ଶ୍ରଦ୍ଧାଳୁମାନେ ବଞ୍ଚିତ ହୋଇଛନ୍ତି। ଝୁଲାପୋଲ ବନ୍ଦ ଥିବାରୁ ଅସ୍ଥାୟୀ ରାସ୍ତାରେ ଭକ୍ତମାନେ ଯାତାୟତ କରୁଥିଲେ।


ସୂଚନାଯୋଗ୍ୟ, ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବରକୁ ୭ ମାସରୁ ଅଧିକ ହେଲାଣି ଶ୍ରଦ୍ଧାଳୁଙ୍କ ପାଇଁ ସହଜ ଆଉ ସ୍ବାଭାବିକ ଗମନାଗମନ ବାଟ ବନ୍ଦ। କିନ୍ତୁ ଏ କ୍ଷେତ୍ରରେ ପ୍ରଶାସନିକ ଶିଥିଳତା ବିଭିନ୍ନ ମହଲରେ ପ୍ରତିକ୍ରିୟାର କାରଣ ହୋଇଛି। ଝୁଲା ପୋଲକୁ ବନ୍ଦ କରି ଦିଆଯାଇଛି। ମହାନଦୀରେ ଡଙ୍ଗାରେ ଯିବା ବି ବନ୍ଦ। ଏଭଳି ସ୍ଥିତିରେ ମହାନଦୀରେ ନିର୍ମିତ ଅସ୍ଥାୟୀ ରାସ୍ତା ଦେଇ ବାବା ଧବଳେଶ୍ବରଙ୍କୁ ଦର୍ଶନ କରିବାର ସୁଯୋଗ ରହିଛି। କିନ୍ତୁ ଆଗକୁ ଶ୍ରାବଣ ମାସ ଓ ବର୍ଷା ଋତୁ ଆସୁଥିବା ବେଳେ ଶ୍ରଦ୍ଧାଳୁ ମନ୍ଦିରକୁ କେଉଁ ବାଟେ ଯିବେ, ତାହାକୁ ନେଇ ଚିନ୍ତା ବଢୁଛି। ଝୁଲା ପୋଲ ମରାମତି ହେଉନି କି ପୀଠକୁ ସଂଯୋଗ କରିବା ପାଇଁ ନିର୍ମାଣ ଚାଲିଥିବା ପୋଲର କାମ ବି ସରୁନି। ଗଲା ମାର୍ଚ୍ଚ ମାସ ସୁଦ୍ଧା କଂକ୍ରିଟ ପୋଲ କାମ ସରିବାର ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ବେଳେ ବାସ୍ତବରେ ଏବେ ବି ପୋଲ କାମ ସରିବାକୁ ନେଇ ଅନିଶ୍ଚିତତା ଲାଗି ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।