ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କୁ ପୁଲିସ ଏଏସ୍ଆଇ ଗୋପାଳ ଦାସ (ବାମ) ଗୁଳି ମାରୁଥିବାର ଫଟୋ ଗଣମାଧ୍ୟମ ସାମ୍ନାକୁ ଆସିଛି। ଗତ ଜାନୁଆରି ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକ ଠାରେ ନବ ଦାସ ତାଙ୍କ କାରରୁ ଓହ୍ଲାଉଥିବା ବେଳେ ଗୋପାଳ ଦାସ ତାଙ୍କୁ ଅତି ନିକଟରୁ ଗୁଳି କରିଥିଲା। ସେ ଗୁଳି ମାରୁଥିବାର ସେହି ଦୃଶ୍ୟ କ୍ୟାମେରାରେ ଧରାପଡ଼ିଛି।
ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ସେ ସେହି କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚି ମଂଚାସୀନ ହେବା ପୂର୍ବରୁ ତାଙ୍କୁ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସ ଗୁଳି କରିଥିଲେ। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବାରୁ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ବରସ୍ଥିତ ଆପଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ଏହି ଘଟଣାରେ ଅଭିଯୁକ୍ତ ଏଏଏସ୍ଆଇ ଗୋପାଳକୃଷ୍ଣଙ୍କୁ ପୁଲିସ ଗିରଫ କରିଛି। ଘଟଣାର ଉନ୍ମୋଚନ ପାଇଁ କ୍ରାଇମ୍ବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଏହାରି ମଧ୍ୟରେ ଝାରସୁଗୁଡ଼ା ଏସ୍ପି ରାହୁଲ ଜୈନ ଓ ବ୍ରଜରାଜନଗର ଏସ୍ଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ରାଜ୍ୟ ମୁଖ୍ୟ ପୁଲିସ କାର୍ଯ୍ୟାଳୟକୁ ବଦଳି ହୋଇସାରିଛନ୍ତି।

ଏହି ହାଇ ପ୍ରୋଫାଇଲ୍ ହତ୍ୟାକାଣ୍ଡର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ସମୟରେ କ’ଣ ପାଇଛି ତାହା ସାର୍ବଜନୀନ ହୋଇପାରିନାହିଁ। ତେଣୁ ହତ୍ୟାର କାରଣକୁ ନେଇ ବିଭିନ୍ନ ମହଲରେ ଭିନ୍ନ ଭିନ୍ନ ଆକଳନ କରାଯାଉଥିଲେ ହେଁ ପ୍ରକୃତ କାରଣ ଏବେ ବି ରହସ୍ୟାବୃତ୍ତ ହୋଇ ରହିଯାଇଛି। ସେପଟେ, ଏହି ଘଟଣାରେ ଉଭୟ ପୁଲିସ୍ ଓ କ୍ରାଇମବ୍ରାଞ୍ଚର ଅସମ୍ଭବ ନିରବତା ଲୋକଙ୍କ ମଧ୍ୟରେ ସନ୍ଦେହକୁ ଅଧିକ ଘନୀଭୂତ କରାଇବାରେ ଲାଗିଛି। ଏଭଳି ସ୍ଥିତିରେ ଗୋପାଳକୁ ମାନସିକ ରୋଗୀ ସାବ୍ୟସ୍ତ କରିବା ପାଇଁ କୌଣସି ପ୍ରକାର ଉଦ୍ୟମ ହେଉଛି କି ବୋଲି ମଧ୍ୟ ବିଭିନ୍ନ ମହଲରେ ସନ୍ଦେହ ବଢିବାରେ ଲାଗିଛି।
ଇତିମଧ୍ୟରେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସକୁ ଚୌଦ୍ବାର ସର୍କଲ ଜେଲର ସେଲ୍ ନମ୍ବର ୩ରେ ରଖାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l