ଅପରାଧ ରାଜ୍ୟ

ନବଜାତ ଶିଶୁ ମାରି ଜଙ୍ଗଲରେ ପୋତିଦେଲେ, ପୋଲିସ ଖୋଜୁଛି କାରଣ…

ମାଲକାନଗିରି ୧୪।୦୭ : ନବଜାତ ଶିଶୁକୁ ହତ୍ୟା ଅଭିଯୋଗ । ମାଲକାନଗିରି ଜିଲ୍ଲା ଏମ୍‌ପିଭି-୮୩ ଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମାଲକାନଗିରି ମୋଟୁ ଥାନା ଏମପିଭି ୮୩ ଗାଁର ବିନୋଦ ପାଇକ ଓ ଶ୍ୟାମଳା ପାଇକଙ୍କର ଜୁଲାଇ ୨ରେ ଏକ ଶିଶୁ ପୁତ୍ର ଜନ୍ମ ହୋଇଥିଲା । ତେବେ ଶିଶୁଟିକୁ ହତ୍ୟା କରାଯିବା ସହ ମୃତଦେହକୁ ପାଖ ଜଙ୍ଗଲରେ ପୋତି ଦେଇଥିବା କିଛି ଲୋକେ ସୂଚନା ପାଇଥିଲେ । ଏନେଇ ମୋଟୁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ପୋତା ଯାଇଥିବା ଶିଶୁର ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି l ତେବେ କେଉଁ କାରଣରୁ ଏଭଳି ଘଟଣା ଘଟିଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନଥିଲା ବେଳେ ତଦନ୍ତ ପରେ ସମ୍ପୂର୍ଣ୍ଣ ତଥ୍ୟ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।