ରାଜ୍ୟ ସ୍ପେଶାଲ ରିପୋର୍ଟ

ନବୀନ ନିବାସରେ ମେଡିକାଲ ଛାତ୍ର ଇଫୁ ମଲ୍ଲିକ: ଇଫୁଙ୍କ ସହିତ ସେଲ୍‌ଫି ଉଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନିଟ୍ ପରୀକ୍ଷାରେ ସଫଳତା ହାସଲ କରି କୋରାପୁଟସ୍ଥିତ ସହିଦ ଲକ୍ଷ୍ଣଣ ନାୟକ ମେଡିକାଲ କଲେଜରେ ପାଠ ପଢ଼ିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବାଲିଗୁଡାର ଛାତ୍ର ଇଫୁ ମଲ୍ଲିକ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ଅବସରରେ ଇଫୁ ଅତ୍ୟନ୍ତ ଭାବବିହ୍ବଳ ହେବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ତାଙ୍କୁ ବହୁତ ଖୁସି ଦେଇଥିବା ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଇଫୁଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ତାଙ୍କ ପ୍ରତିଭାର ଉଚ୍ଚ ପ୍ରଶଂସା କରିବା ସହିତ ଆଗକୁ ଏହିପରି ଉଦ୍ୟମ ଜାରି ରଖି ଦେଶବାସୀଙ୍କ ସେବା କରିବା ପାଇଁ ତାଙ୍କୁ ପ୍ରେରଣା ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଫୁଙ୍କ ସହିତ ସେଲ୍‌ଫି ଉଠାଇବା ସହିତ ଏକ ପୁସ୍ତକ ମଧ୍ୟ ଉପହାର ଦେଇଥିଲେ। ତେବେ ସେଲ୍ଫି ନେବା ବେଳେ ଇଫୁଙ୍କ ମୋବାଇଲ୍‌ ଭାଙ୍ଗିଥିବା ଦେଖି ମୁଖ୍ୟମନ୍ତ୍ରୀ ତାଙ୍କୁ ଏକ ମୋବାଇଲ ଉପହାର ଦେଇଥିଲେ।

ଇଫୁଙ୍କ ମୋବାଇଲ୍‌ ଭାଙ୍ଗିଥିବା ଦେଖି ମୋବାଇଲ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ଆଜିର ସାକ୍ଷାତ ସମୟରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ।

ଉଲ୍ଲେଖ ଯେ ଇଫୁ ମଲ୍ଲିକ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଜଣେ ଗରିବ, ଆଦିବାସୀ ଯୁବକ। ନିଜର ପ୍ରତିଭା ଓ ଉଦ୍ୟମ ଯୋଗୁ ଅନେକ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ମେଡିକାଲ ପଢ଼ିବା ପାଇଁ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ମାତ୍ର ଅର୍ଥାଭାବ ଯୋଗୁଁ ତାଙ୍କର ଏ ଆଶା ପୂରଣ ହେବା ନେଇ ଆଶଙ୍କାରେ ରହିଥିଲେ। ସାମାଜିକ ଗଣମାଧ୍ୟମରୁ ଏ ଖବର ପାଇବା ପରେ ଇଫୁଙ୍କ ମେଡିକାଲ ପଢ଼ିବା ପାଇଁ ସମସ୍ତ ଆବଶ୍ୟକୀୟ ଖର୍ଚ୍ଚ ରାଜ୍ୟ ସରକାର ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଇଫୁଙ୍କୁ ବ୍ୟକ୍ତିଗତ ଭାବେ ଭେଟିବା ପାଇଁ ମଧ୍ୟ ଇଚ୍ଛା ପ୍ରକାଶ କରିଥିଲେ। ୫-ଟି ସଚିବ ଭି.କେ ପାଣ୍ଡିଆନ ଇଫୁଙ୍କ ସହ ଫୋନ୍‌ରେ କଥା ହୋଇ ତାଙ୍କୁ ନବୀନ ନିବାସକୁ ଆମନ୍ତ୍ରଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ ରାଜ୍ୟ ଏସ୍‌ସି/ଏସ୍‌ଟି ବିକାଶ ବିଭାଗ ପକ୍ଷରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।