ଅପରାଧ ରାଜ୍ୟ

ନାବାଳକଙ୍କୁ ଅପ୍ରାକୃତିକ ଦୁଷ୍କର୍ମ ଅଭିଯୋଗ, ଜଣେ ଅଭିଯୁକ୍ତ ଗିରଫ

ବଡବିଲ ୩୦।୭: ନାବାଳକଙ୍କୁ ଅପ୍ରାକୃତିକ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ । ଜଣେ ନାବାଳକଙ୍କ ସହ ଅପ୍ରାକୃତିକ ଦୁଷ୍କର୍ମ ମାମଲାରେ ବଡବିଲ ପୋଲିସ ଅଭିଯୁକ୍ତ ଗଣେଶ ମୁଣ୍ଡାକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୁରୁବାର ବଡବିଲ ଥାନା ଅନ୍ତର୍ଗତ କୋହ୍ଲ ବରପଦାରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ପୋଲିସ ଏ ଘଟଣାରେ ତ୍ବରିତ ପଦକ୍ଷେପ ଗ୍ରହଣ କରି ଅଭିଯୁକ୍ତକୁ ଗିରଫ କରିଛି ।

ସୂଚନାଯୋଗ୍ୟ ଯେ, ବଡବିଲ ଥାନା ଅନ୍ତର୍ଗତ କୋହ୍ଲ ବରପଦାରେ ବାପା-ମା’ଛେଉଣ୍ଡ ୧୨ ବର୍ଷର ନାବାଳକ ନିଜ ଆଈ ନିକଟରେ ରହୁଥିଲେ । ଘଟଣା ଦିନ ଆଈ କାମକୁ ଯାଇଥିବା ବେଳେ ନାବାଳକଙ୍କୁ ନିକଟସ୍ଥ ଜଙ୍ଗଲକୁ ନେଇ ଅପ୍ରାକୃତିକ ଭାବେ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ଗଣେଶ । ପୀଡିତ ନାବାଳକଙ୍କ ଆଈ ଏହା ଜାଣିବା ପରେ ବଡବିଲ ଥାନାରେ ଅଭିଯୋଗ କରିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।