ଅପରାଧ ରାଜ୍ୟ

ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣା ନା’ ହତ୍ୟା ?

ଉଦଳା ୬।୮: ନାଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ନୁଦଡିହା ଫାଣ୍ଡି ନିକଟ ନାଳରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ନୁଦଡିହା ଫାଣ୍ଡି ନିକଟ ନାଳରେ ଶନିବାର ସକାଳେ ସ୍ଥାନୀୟ ଲୋକେ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଏହା ସହିତ ବାରିପଦାରୁ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତକୁ ତ୍ବରାନ୍ବିତ କରିଛନ୍ତି । ମୃତକ ହେଲେ ନୂଆଗାଁ ଗ୍ରାମର ଜଗନ୍ନାଥ ବିନ୍ଧାଣି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସର ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ତେବେ ଏହା ଏକ ଦୁର୍ଘଟଣା ନା’ ହତ୍ୟା ତାହାକୁ ନେଇ ଖୋଳତାଡ କରୁଛି କପ୍ତିପଦା ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।