ରାଜ୍ୟ ସ୍ପେଶାଲ ରିପୋର୍ଟ

ନିଯୁକ୍ତି ପାଇବେ ୪୦ ହଜାର ଶିକ୍ଷକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ପଦବି ପୂରଣ ନେଇ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ୩୯ ହଜାର ୩୪୮ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରିବା ଦିଗରେ ପ୍ରକ୍ରିୟା ଆରମ୍ଭ ହୋଇଛି। ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବି ପୂରଣ କରିବା ପାଇଁ ୨୦ ହଜାର କନିଷ୍ଠ ଶିକ୍ଷକଙ୍କୁ ଯୋଜନା ଭିତ୍ତିକ ନିଯୁକ୍ତି ଦିଆଯିବ। ଏଥିସହ ପ୍ରାଥମିକସ୍ତରରେ ୫୪ ହଜାର ବରିଷ୍ଠ ଶିକ୍ଷକ ଓ ପ୍ରଧାନଶିକ୍ଷକଙ୍କର ପଦୋନ୍ନତି ପାଇଁ ‘ରେସିଡେନ୍ସ ପିରିୟଡ୍‌’ କୋହଳ କରିବାକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି।

ହାଇସ୍କୁଲସ୍ତରରେ ୧୭ ହଜାର ୪୨୮ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତି ପାଇବେ। ଗଣଶିକ୍ଷା ବିଭାଗର ଆବଶ୍ୟକତାକୁ ଆଧାର କରି ୭ ହଜାର ୫୪୦ ସରକାରୀ ମାଧ୍ୟମିକ ଶିକ୍ଷକ ନିଯୁକ୍ତି ପାଇଁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିସନ(ଓଏସ୍‌ଏସ୍‌ସି)ଙ୍କ ଦ୍ବାରା ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ସମସ୍ୟା ଦୂର କରିବାକୁ ୬୦୨୫ ଏଲ୍‌ଟିଆର୍‌(ଛୁଟି ଓ ପ୍ରଶିକ୍ଷଣ ପାଇଁ ସଂରକ୍ଷିତ ପଦବି) ଶିକ୍ଷକ ପଦବି ସୃଷ୍ଟି କରାଯାଇ ଓଏସ୍‌ଏସ୍‌ସି ମାଧ୍ୟମରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରାଯାଇଛି। ହାଇସ୍କୁଲ ସହ ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପାଇଁ ମୋଟ ୧୭୯୯ କନିଷ୍ଠ ସହାୟକ ପଦବି ପୂରଣ ନିମନ୍ତେ ପ୍ରକ୍ରିୟା ଚାଲିଛି। ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ୨୦୬୪ଜଣ ଶିକ୍ଷକଙ୍କୁ ନିଯୁକ୍ତ କରିବାକୁ ସର୍ଭିସ୍‌ ସିଲେକ୍ସନ ବୋର୍ଡ ମାଧ୍ୟମରେ ପ୍ରକ୍ରିୟା ଆରମ୍ଭ ହୋଇଛି।

ସେହିପରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ୧୯୨୦ ଅଧ୍ୟାପକ ନିଯୁକ୍ତ ହେବେ। ଓପିଏସ୍‌ସି ମାଧ୍ୟମରେ ବିଦ୍ୟାଳୟରେ ୩୩୫ଜଣ ଶିକ୍ଷକ/ଶିକ୍ଷୟିତ୍ରୀ ନିଯୁକ୍ତି ପ୍ରକ୍ରିୟା ହୋଇଛି। ୨୦୨୩-୨୪ ସୁଦ୍ଧା ଆହୁରି ୩୬୭ଜଣ ପିଜିଟି ନିଯୁକ୍ତ ହେବେ। ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ୧୫୪୩ଜଣ ପିଜିଟି ନିଯୁକ୍ତ କରାଯିବ। ସର୍ଭିସ୍‌ ସିଲେକ୍ସନ ବୋର୍ଡ ଦ୍ବାରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମ ପର୍ଯ୍ୟାୟରେ ୫୫୫ ପିଜିଟି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଡିଆଇଇଟି ଓ ବିଆଇଇଟିରେ ୧୨୦ ଶିକ୍ଷକ-ପ୍ରଶିକ୍ଷକ ପଦବି ପୂରଣ କରିବାକୁ ଓଏସ୍‌ଏସ୍‌ସି ଦ୍ବାରା ବିଜ୍ଞପ୍ତି ପ୍ରକାଶ ପାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।