ପାଟଣା ୩୦।୦୫ : ନିଲମ୍ବିତ ଶିକ୍ଷକଙ୍କ ନାଁରେ ଥାନାରେ ଏତଲା । ଜାଲ୍ ବିଇଡି ସାର୍ଟିଫିକେଟ୍ ଦେଇ ଶିକ୍ଷକତା କରୁଥିବା ନିଲମ୍ବିତ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦିଆଯାଇଛି । ନକଲି ଶିକ୍ଷକ ଜଣଙ୍କ କେନ୍ଦୁଝର ଜିଲ୍ଲା ସାହରପଡା ବ୍ଲକ ବିଲ୍ଲାରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶୀଲ କୁମାର ବେହେରା। ଏନେଇ ଜିଲ୍ଲା ଶିକ୍ଷାଅଧିକାରୀ ପୁର୍ଣ୍ଣଚନ୍ଦ୍ର ସେଠୀ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଛନ୍ତି ।

ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲା ବିଲ୍ଲାରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶୀଲ କୁମାର ବେହେରା ଦୀର୍ଘ ବର୍ଷ ହେଲା ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରୀ କରିଆସୁଥିଲେ । ସାର୍ଟିଫିକେଟ୍ ଯାଞ୍ଚ ସମୟରେ ତାହା ନକଲି ବୋଲି ଜଣାପଡ଼ିଥିଲା ।

ଏହାପରେ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଏବେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶରେ ସୁଶୀଲ କୁମାର ବେହେରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲ୍ଲା ଶିକ୍ଷାଅଧିକାରୀ ପୁର୍ଣ୍ଣଚନ୍ଦ୍ର ସେଠୀ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି।