ଅପରାଧ ରାଜ୍ୟ

ନିଶା ନେଇଗଲା ଆଉ କାହା ଜୀବନ ! କାର୍‌ ଧକ୍କାରେ କଦଳୀ ବେପାରୀ ମୃତ

ଭୁବନେଶ୍ୱର ୦୯।୧୦ : ଭୁବନେଶ୍ୱର କଳ୍ପନା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ, ରାଜମହଲ ଛକ ପଟୁ କଳ୍ପନା ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ରାଣ୍ଡ ଆଇଟେନ କାର୍ ରାସ୍ତା କଡ଼ରେ ଟ୍ରଲିରେ ବିକ୍ରି କରୁଥିବା କଦଳୀ ବେପାରୀଙ୍କୁ ଧକ୍କା ଦେଇଥିଲା। ଯାହାଫଳରେ କଦଳୀ ବେପାରୀ ଜଣଙ୍କ ଛିଟିକି ପଡିଥିଲେ । ଘଟଣାସ୍ଥଳରେ ହିଁ କଦଳୀ ବେପାରୀଙ୍କ ମୃତ୍ୟୁ ଘଟିଛି । ଯାହାକୁ ନେଇ ସେଠାରେ କିଛି ସମୟ ଲାଗି ଉତ୍ତେଜନା ସୃଷ୍ଟି ହୋଇଥିଲା ।

ତେବେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ଗ୍ରାଣ୍ଡ ଆଇଟେନ କାର ଚାଳକ ଚାଳକ ନିଶାସକ୍ତ ଅବସ୍ଥାରେ ଗାଡି ଚାଳନା କରୁଥିଲେ ।ଯାହାଫଳରେ ଏଭଳି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ କମିଶନରେଟ୍‌ ପୋଲିସ ପହଞ୍ଚି ତଦନ୍ତ ଜାରି କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।