ରାଜ୍ୟ

ନୂଆବର୍ଷରେ ପୁରୀରେ ରେକର୍ଡ ଶ୍ରଦ୍ଧାଳୁ: ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ୫ ଲକ୍ଷ ଭକ୍ତ

ପୁରୀ: ମାଉସୀମା ମନ୍ଦିର ପର୍ଯ୍ୟନ୍ତ ଲମ୍ବିଥିଲା ଭିଡ଼। ରାତି ୧୨ଟାରୁ ପୁରୀରେ ଲାଗିଥିଲା ଅସମ୍ଭବ ଭିଡ଼। ଦିନତମାମ ସମାନ ସ୍ଥିତି। ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ ସଂଖ୍ୟକ ୫ ଲକ୍ଷରୁ ଅଧିକ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ବାଧାମୁକ୍ତ ଦର୍ଶନ କରିଛନ୍ତି। ୨୦୨୪ ବର୍ଷ ପାଇଁ ରାଜ୍ୟ ତଥା ନିଜ ପାଇଁ ପ୍ରାର୍ଥନା ଜଣାଇଛନ୍ତି ମହାପ୍ରଭୁଙ୍କୁ।

ଆସନ୍ତା ଜାନୁଆରି ୧୭ ତାରିଖରେ ଉଦ୍‌‌ଘାଟନ ହେବାକୁ ଥିବା ପରିକ୍ରମା ପ୍ରକଳ୍ପକୁ ଦେଖିବା ପାଇଁ ଗତକାଲିଠାରୁ ଲକ୍ଷଲକ୍ଷ ଭକ୍ତ ପୁରୀରେ ଭିଡ଼ ଲଗାଇଥିଲେ। ରାତି ୧୨ଟା ପୂର୍ବରୁ ଧାଡ଼ି ବାନ୍ଧି ଠିଆ ହୋଇଥିଲେ ବଡ଼ଦାଣ୍ଡରେ। ଟିକେ ଠାକୁରଙ୍କ ଦର୍ଶନ କରିବେ ଓ ଆଶୀର୍ବାଦ ନେବେ। ଅନ୍ୟପଟରେ ନୂଆବର୍ଷର ପ୍ରଥମ ଦିନରେ ଶ୍ରଦ୍ଧାଳୁମାନେ କିଭଳି ବାଧାମୁକ୍ତ ଦର୍ଶନ କରିବେ ସେ ନେଇ ପ୍ରଶାସନ ପୂରା ପ୍ରସ୍ତୁତି କରିଥିଲା। ଭକ୍ତମାନେ ଶୀତତାପ ନିୟନ୍ତ୍ରିତ ଟନେଲ ଓ ଅଭ୍ୟର୍ଥନା କେନ୍ଦ୍ର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ ଏବଂ ମହାପ୍ରଭୁଙ୍କୁ ଦର୍ଶନ ପରେ ଉତ୍ତରଦ୍ୱାର ଦେଇ ମନ୍ଦିରରୁ ବାହାରକୁ ବାହାରିଥିଲେ। ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ଶିଶୁଙ୍କୁ ସାଥୀରେ ନେଇ ଆସିଥିବା ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଥିଲା। ସବୁଠାରୁ ବଡ଼ କଥା ଥିଲା, ସହଳ ନୀତିକାନ୍ତି ଓ ଧାର୍ଯ୍ୟ ସମୟ ପୂର୍ବରୁ ମହାପ୍ରସାଦ ପାଇଥିଲେ ଭକ୍ତ। ନିଜେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‌‌ପି କେ. ବିଶାଳ ସିଂହ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନେ ଉପସ୍ଥିତ ରହି ସ୍ଥିତି ନିୟନ୍ତ୍ରଣ କରିଥିଲେ।

ଉଲ୍ଲେଖଥାଉକି, ଶ୍ରୀକ୍ଷେତ୍ରରେ ରାଜ୍ୟ ଓ ରାଜ୍ୟ ବାହାରୁ ଆସୁଥିବା ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଏକ ଦିବ୍ୟ ଅନୁଭୂତି ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିକ୍ରମା ପ୍ରକଳ୍ପର ପରିକଳ୍ପନା କରିଛନ୍ତି। ‘୫-ଟି’ ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ନିୟମିତ ଭାବରେ ଏହି ପ୍ରକଳ୍ପର ଅନୁଧ୍ୟାନ ସହ କାର୍ଯ୍ୟ ସମୀକ୍ଷା କରୁଛନ୍ତି। ମେଘନାଦ ପାଚେରୀ ଚାରିପଟେ ଅଳ୍ପ ଦୂରତାରେ ଖଣ୍ଡୋଲାଇଟ୍‌‌ ପଥରରେ ସ୍ୱଳ୍ପ ଉଚ୍ଚତାର ପଥର ବ୍ୟାରିକେଡ଼ ଦିଆଯାଇଛି। ସେହିପରି ସ୍ଥାନାନ୍ତରଣକ୍ଷମ ଗଛ ଚାରା ମନ୍ଦିର ଚାରିପଟେ ଘନ ସବୁଜ ଉଦ୍ୟାନର ଭ୍ରମ ସୃଷ୍ଟି କରିଛି। ଯେଉଁଥିପାଇଁ ପୁରୀକୁ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଯଥେଷ୍ଟ ବୃଦ୍ଧିପାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।