ରାଜ୍ୟ ସ୍ୱାସ୍ଥ୍ୟ

ନୂଆ ପ୍ରଜାତିର ସଂକ୍ରମଣ କ୍ଷମତା ସଂପର୍କରେ ଜଣାପଡ଼ିନାହିଁ, ପରୀକ୍ଷାନିରୀକ୍ଷା ଚାଲିଛି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ନୂଆ ପ୍ରଜାତି ଉପରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ କହୁଛି ନୂଆ ଭାରିୟଣ୍ଟ ଉପରେ ଅଧିକ ଷ୍ଟଡିର ଆବଶ୍ୟକତା ରହିଛି। ଏହାର ସଂକ୍ରମଣ କରିବାର କ୍ଷମତା କେତେ, ରୋଗ କରିପାରିବା କ୍ଷମତା କେତେ,ଭ୍ୟାକ୍ସିନ ଏହାକୁ ମୁକାବିଲା କରିବାରେ କେତେ କ୍ଷମତା ରହିଛି ଏପର୍ଯ୍ୟନ୍ତ ନିର୍ଦ୍ଦିଷ୍ଟ ଭାବରେ ତଥ୍ୟ ନାହିଁ। ଏନେଇ ପରୀକ୍ଷାନିରୀକ୍ଷା ଚାଲିଛି। ଯେହେତୁ ଖବର ଆସୁଛି, ଏହା ଗୋଟିଏ ନୂଆ ଭ୍ୟାରିଏଣ୍ଟ ୧୩ରୁ ଅଧିକ ମ୍ୟୁଟେସନ ରହିଛି। ତେଣୁ ସମସ୍ତେ ସତର୍କ ରହିବା ଦରକାର।

ଗତକାଲି ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ଭ୍ୟାରିଏଣ୍ଟ ଅଫ କନସର୍ଣ୍ଣ ଘୋଷଣା କଲା। ତେଣୁ ସମସ୍ତେ ସତର୍କ ରହିବା ଦରକାର। ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ କହୁଛି ଅଧିକ ସମୟ ଦରକାର ସମସ୍ତ ସତର୍କ ରୁହନ୍ତୁ ଯେମିତି ସ୍ପ୍ରେଡ ନକରିବ। ଯେଉଁମାନେ ବିଦେଶରୁ ଆସିବେ ସେମାନେ ନେଗେଟିଭ ସାର୍ଟିଫିକେଟ ଆଣିବେ। ଏୟାରପୋର୍ଟରେ ତାଙ୍କ ଟେଷ୍ଟ ହେବ। ନେଗେଟିଭ ଆସିଲେ ବି ସାତ ଦିନ କ୍ବାରେନଣ୍ଟାଇନ ରହିବେ। ଏୟାରପୋର୍ଟ ଅଥରିଟିକୁ ଆମେ ସବୁଦିନେ ବିଦେଶରୁ ଆସୁଥିବା ଲୋକଙ୍କ ଲିଷ୍ଟ ମାଗୁଛୁ। ପଜିଟିଭ ଆସିଲେ ଜିନୋମ ସ୍ବିକେନସିଂ ପାଇଁ ଯିବ। ଟିକାକରଣ ବଡ଼ ଅସ୍ତ୍ର। କମ୍ ସମୟ ଭିତରେ ସମସ୍ତଙ୍କୁ ଫାଷ୍ଟ ଡୋଜ ଟିକା ଦିଆଯିବ। ଟିକା ହେଉଛି କୋଭିଡ ବିରୋଧରେ ବଡ଼ ଅସ୍ତ୍ର। ଭାଇରସର ମ୍ୟୁଟେସନ ହେବ। ଆମକୁ ସତର୍କ ରହିବାକୁ ପଡ଼ିବ। ସରକାରଙ୍କ କୋଭିଡ ନିୟମ ଅନୁସାରେ ସ୍କୁଲ ଖୋଲିବାକୁ ପଡ଼ିବ।

ପୂର୍ବବର୍ତ୍ତୀ ଖବର

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ