ରାଜ୍ୟ ସ୍ପେଶାଲ ରିପୋର୍ଟ

ନୂଆ ସୂର୍ଯ୍ୟମନ୍ଦିର ନିର୍ମାଣ ଲାଗି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ନୂଆଦିଲ୍ଲୀ: କୋଣାର୍କରେ ଏକ ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ ଲାଗି ଜମି ପ୍ରଦାନ ପାଇଁ ‘ନୂତନ କୋଣାର୍କ ସନ୍ ଟେମ୍ପଲ୍ ନିର୍ମାଣଶାଳା ସଂଗଠନ’ ପକ୍ଷରୁ ଦାବି କରାଯାଇଛି। ଏହି ମର୍ମରେ ଆଜି ସଂଗଠନର ସଭାପତି ମୁକେଶ ଜୈନଙ୍କ ନେତୃତ୍ବରେ ବହୁ କାର୍ଯ୍ୟକର୍ତ୍ତା ଦିଲ୍ଲୀସ୍ଥିତ ଆବାସିକ କମିସନରଙ୍କ କାର୍ଯ୍ୟାଳୟ ପ୍ରବନ୍ଧକଙ୍କୁ ସାକ୍ଷାତ କରି ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଥିଲେ। କୋଣାର୍କରେ ନୂତନ ସୂର୍ଯ୍ୟମନ୍ଦିର ସ୍ଥାପନ ଦିଗରେ ସ୍ଥାନୀୟ ପ୍ରଶାସନ ସହଯୋଗ କରୁନଥିବା ସଂଗଠନ ପକ୍ଷରୁ ଅଭିଯୋଗ କରାଯାଇଛି।

ସଂଗଠନ ପକ୍ଷରୁ ମନ୍ଦିର ନିର୍ମାଣ ପାଇଁ ୬ ଏକର ଜମିର ଆବଶ୍ୟକତା ଥିବା ଦର୍ଶାଯାଇଛି। ସଂଗଠନ କାର୍ଯ୍ୟକର୍ତ୍ତା ଚଳିତ ମାସ ୧୧ରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜି. କିଷନ ରେଡ୍ଡିଙ୍କୁ ସାକ୍ଷାତ କରି ଅନୁରୂପ ଦାବି ଉପସ୍ଥାପନ କରିଥିଲେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।