କଳା ଓ ସଂସ୍କୃତି ରାଜ୍ୟ

ପଞ୍ଚୁକ ଦ୍ୱାଦଶୀ ତିଥିରେ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଲେ ମହାପ୍ରଭୁ, ଲାଗିଛି ହଜାର ହଜାର ଭକ୍ତଙ୍କ ଭିଡ଼

ପୁରୀ, ୧୬/୧୧: କାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ପଞ୍ଚୁକର ଦ୍ୱାଦଶୀ ତିଥିରେ ଆଜି ମହାପ୍ରଭୁ ବାଙ୍କଚୂଡ଼ା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ପଞ୍ଚୁକର ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ହଜାର ହଜାର ଭକ୍ତଙ୍କ ଗହଳି ଲାଗି ରହିଛି। ରବିବାର ଓ ଗତକାଲି ବଡ ଏକାଦଶୀ ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଥିବାବେଳେ ଆଜି ଦର୍ଶନ ଆରମ୍ଭ ହୋଇଛି। ପଞ୍ଚୁକ ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ସହ ପ୍ରାୟ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଶ୍ରୀମନ୍ଦିରରେ ଦୁଇଦିନ ଦର୍ଶନ ବନ୍ଦ ପରେ ଆଜିଠାରୁ ପୁଣି ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ। ଗତକାଲି ପଞ୍ଚୁକର ପ୍ରଥମ ଦିନରେ ରତ୍ନ ସିଂହାସନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଥିବା ବେଳେ ଆଜି ମହାପ୍ରଭୁ ବାଙ୍କଚୂଡ଼ା ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ଖୁଣ୍ଟିଆ, ମେକାପ ଓ ପୁଷ୍ପାଳକ ସେବାୟତମାନେ ମହାପ୍ରଭୁଙ୍କୁ ଏହି ବେଶରେ ସଜ୍ଜିତ କରିଥିଲେ। କିମ୍ବଦନ୍ତୀ ଅନୁଯାୟୀ ଭକ୍ତ ଅକୃର ଶ୍ରୀକୃଷ୍ଣଙ୍କୁ ମଥୁରା ନେବା ପାଇଁ ଗୋପପୁରକୁ ଆସି ଏହି ବେଶରେ ଦର୍ଶନ କରିଥିଲେ। ଏଣୁ ଏହାର ସ୍ମୃତି ସ୍ୱରୁପ ଏହି ବେଶ ପଞ୍ଚୁକର ଦ୍ୱାଦଶୀ ତିଥିରେ ଅନୁଷ୍ଠିତ ହେଉଅଛି। ଏହି ବେଶରେ ମହାପ୍ରଭୁଙ୍କର ମସ୍ତକର ଦକ୍ଷିଣ ପାର୍ଶ୍ୱରେ ସୁନାକିଆ ଶୋଭା ପାଇଥାଏ। ବାଙ୍କଚୂଡ଼ ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,