ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ପଥଚାରୀଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡିଲା ବସ୍, ୨୦ ଆହତ

ସୋର ୧୪।୦୩: ବାଲେଶ୍ଵର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ସୋର ତହସିଲ ନିକଟରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍ ଓଲଟି ପଡିଛି। ଜଣେ ପଥଚାରୀଙ୍କୁ ବଞ୍ଚାଇବାକୁ ଯାଇ ବସ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ ରବିବାର କଟକରୁ ଅଭାଣା ଆସୁଥିବା ଚୋକାଡୋଳା ନାମକ ଯାତ୍ରିବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ ସମ୍ମୁଖକୁ ଜଣେ ପଥଚାରୀ ଚାଲି ଆସିବାରୁ ତାଙ୍କୁ ବଞ୍ଚାଇବାକୁ ଯାଇ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଛନ୍ତି l ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ସୋର ଡାକ୍ତରଖାନରେ ଭର୍ତ୍ତି କରିଛି। ଘଟଣାରେ କୌଣସି ମୃତାହତର ଖବର ନାହିଁ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ