ରାଜ୍ୟ ସ୍ପେଶାଲ ରିପୋର୍ଟ

ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା! ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସଫଳ: ଅର୍ଥମନ୍ତ୍ରୀ

ପଦ୍ମପୁର, ୧୬/୧୧: ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବା ପାଇଁ ଏକ ପ୍ରତିନିଧି ଦଳ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଥିବା ବେଳେ ଏହା ସଫଳ ହୋଇଛି । ଡିସେମ୍ବର ୨୦୨୩ ସୁଦ୍ଧା ପଦ୍ମପୁର ଜିଲ୍ଲା ଗଠନ କରିବା ପାଇଁ ବିଜୁ ଜନତା ଦଳ ସଭାପତି ଭାବେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଆଗାମୀ ପଦ୍ମପୁର ଉପ ନିର୍ବାଚନରେ ବିଜେଡିର ଇସ୍ତାହାରରେ ଏହାକୁ ପ୍ରକାଶ କରାଯିବ ବୋଲି ଜଣାପଡ଼ିଛି ।

ଅନ୍ୟପଟେ ଏହାକୁ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ପ୍ରତିକ୍ରିୟା ରଖିଛନ୍ତି । ଦାବି ନେଇ ପଦ୍ମପୁର କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ସକରାତ୍ମକ ଆଲୋଚନା ହୋଇଛି । ପଦ୍ମପୁର ଜିଲ୍ଲା ଗଠନ ପାଇଁ ଆମେ ପ୍ରତିଶୃତିବଦ୍ଧ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ସୂଚନା ଥାଉକି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡକୁ ସ୍ବତନ୍ତ୍ର ଜିଲ୍ଲା ଦାବିରେ ଆନ୍ଦୋଳନ ତେଜିବାରେ ଲାଗିଥିଲା । ଯାହାକୁ ପଦ୍ମପୁରର ସମସ୍ତ ସଂଗଠନ ସମର୍ଥନ ଜଣାଇଥିଲେ । ଏନେଇ ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟ ସାମ୍ନାରେ ବିଭିନ୍ନ ଅନୁଷ୍ଠାନ ତରଫରୁ ଶାନ୍ତିପୂର୍ଣ୍ଣ ଧାରଣା ମଧ୍ୟ ଜାରି ରହିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।