ରାଜ୍ୟ

ପଦ୍ମ ଧରିଲେ ବିଧାୟକ ରମେଶ

ଅନୁଗୁଳ: ବିଜେଡିରୁ ଇସ୍ତଫା ଦେଇଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଦିନକ ପରେ ଶୁକ୍ରବାର ଦିନ ବିଜେପିରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ବିଜେଡିରୁ ଟିକେଟ ନ ମିଳିବା ପରେ ଗତକାଲି ଦଳରୁ ଇସ୍ତଫା ଦେଇଥିଲେ ରମେଶ। ଆଜି କତଡ଼ାଠାରେ ଏକ ସାଧାରଣ ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଠମଲ୍ଲିକର ବିଜେପି ବିଧାୟକ ପ୍ରାର୍ଥୀ ସଂଜୀବ ସାହୁ ଓ ଦଳୀୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ସେ ତାଙ୍କ ସମର୍ଥକଙ୍କ ସହ ବିଜେପିରେ ‌ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ‌ସେମାନଙ୍କୁ ସ୍ୱାଗତ କରି କହିଛନ୍ତି ଯେ, ରମେଶ ସାଏ ବିଜେପିରେ ଯୋଗଦେଇ ଓଡ଼ିଆ ଅସ୍ମିତା ସାଙ୍ଗରେ ଯିବାପାଇଁ ନିଷ୍ପତ୍ତି ନେଇଛନ୍ତ, ଯାହାକି ସ୍ୱାଗତଯୋଗ୍ୟ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଢ଼ ନେତୃତ୍ୱ ଓ ରାଜନୈତିକ ଇଚ୍ଛାଶକ୍ତିକୁ ସ୍ୱୀକାର କରି ଦଳରେ ଯୋଗ ଦେଇଥିବାରୁ ତାଙ୍କୁ ଧନ୍ୟବାଦ। ଆଜିର ଯୋଗଦାନ ଆଠମଲ୍ଲିକ, ଅନୁଗୁଳ ସମେତ ଓଡ଼ିଶାରେ ବିଜେପିର ସାଂଗଠନିକ ସ୍ଥିତି ମଜଭୁତ ହେବାସହ ମୋଦୀଙ୍କ ଡବଲ ଇଞ୍ଜିନ ସରକାର କରିବାପାଇଁ ସଂକଳ୍ପ ସଶକ୍ତ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।