ରାଜ୍ୟ ସ୍ପେଶାଲ ରିପୋର୍ଟ

ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀ, ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ହୁଏ ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ପୁରୀ ୦୫।୧୨ : ଗୋଟିଏ କି ଦୁଇପ୍ରକାର ନୁହେଁ ଭଳିକି ଭଳି ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ। ପୁରୀ ବଳିଆପଣ୍ତା ସ୍ଥିତ ଗୌରବିହାର ବା ମାତା ମଠରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ୮୨୧ ପ୍ରକାର ସୁସ୍ୱାଦ୍ୟ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ କରାଯାଇଛି। ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀରେ ଶ୍ରୀ ରାଧା, କୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ। ଏଥିପାଇଁ ମାତା ମଠରେ ଦିନ ତମାମ ଲାଗିଥିଲା ଗହଳି।

ଦୀର୍ଘବର୍ଷ ଧରି ଗୌରବିହାର ବା ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇ ଆସୁଛି। ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି। ବିଶେଷ କରି ଗୌଡ଼ୀୟ ବୈଷ୍ଣବଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନରେ ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଥାଏ। ଦ୍ୱାପର ଯୁଗରେ ମା ଯଶୋଦା ସ୍ନେହ, ଶ୍ରଦ୍ଧାର ସହ ଏହି ଦିନରେ ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ। ଏହି ପରମ୍ପରାକୁ ବଞ୍ଚାଇ ରଖିଛନ୍ତି ବୈଷ୍ଣବ ଗୌଡ଼ୀୟ ମାନେ।

ଏହି ପର୍ବର ଯଥେଷ୍ଟ ପୂର୍ବରୁ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ପାଇଁ ଆରମ୍ଭ ହୁଏ ପ୍ରକ୍ରିୟା। ଗଞ୍ଜାମ, ଗଜପତି, ପୁରୀ ତଥା ପଶ୍ଚିମବଙ୍ଗର ବହୁ ଶ୍ରଦ୍ଧାଳୁ ରାଧାଙ୍କୁ ସ୍ମରଣ କରି ବହୁ ଶ୍ରମ କରି ବହୁବିଧି ବ୍ୟଞ୍ଜନ ପ୍ରସ୍ତୁତ କରିବା ସହ ଶ୍ରକୃଷ୍ଣଙ୍କ ଉଦ୍ଧେଶ୍ୟରେ ସମର୍ପଣ କରିଥାନ୍ତି। ଏହା ପରେ ସ୍ୱତନ୍ତ୍ର ପତ୍ରରେ ସମ୍ମିଳିତ ଭାବେ ସମସ୍ତେ ପ୍ରସାଦ ସେବନ କରିଥାନ୍ତି। ଚଳିତ ବର୍ଷ ପ୍ରସ୍ତୁତ ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ ମଧ୍ୟରେ ରହିଥିଲା ସାଧା, ମିଠା କାନିକା, ଖେଚେଡ଼ି ଓ ଘିଅ ଅନ୍ନ ପରି ୧୭ ପ୍ରକାର ଅନ୍ନ, ୧୮ ପ୍ରକାର ଖିରି, ୫୧ ପ୍ରକାର ତରକାରି, ୧୬୧ ପ୍ରକାର ଚଟଣି।

ରବିବାର ସକାଳୁ ପରିବା ସବୁ ଅମୁଣିଆ ହେବା ପରେ ଆରମ୍ଭ ହୋଇଥିଲା ବ୍ୟଞ୍ଜନ ପ୍ରସ୍ତୁତି। ଉଭୟ ମହିଳା ଓ ପୁରୁଷ ଭକ୍ତ ମାନେ ପରିବା କଟାକଟି ଓ ରୋଷେଇ କାର୍ଯ୍ୟରେ ଲାଗିଥିଲେ। ରୋଷେଇ ପାଇଁ ବ୍ୟବହୃତ ହୋଇଥିଲା ୨୦ଟି ଚୁଲି। ଓଡ଼ିଶା, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ରାଜ୍ୟର ପାରମ୍ପରିକ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା। ଏହି ଅବସରରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ର ମଧ୍ୟ ଯୋଗ ଦେଇଥିଲେ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଆଶୀର୍ବାଦ ଓ ମଠ ମହନ୍ତ, ସଦସ୍ୟଙ୍କ ଉଦ୍ୟମ ଯୋଗୁଁ ଏତେ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରିବା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି ମନ୍ତ୍ରୀ। ପ୍ରତି ବର୍ଷ ପ୍ରାୟ ୫୦୦ ରୁ ଉର୍ଦ୍ଧ୍ବ ପ୍ରକାରର ବ୍ୟଞ୍ଜନ ପ୍ରସ୍ତୁତ ହେଉଥିବା ବେଳେ ଚଳିତବର୍ଷ ୮୨୧ ପ୍ରକାର ରେକର୍ଡ଼ ସଂଖ୍ୟକ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା ମାତା ମଠରେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।