ଦେଶ ବିଦେଶ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ପରୀ ବାପା-ମା’ଙ୍କୁ ଭେଟିବା ପରେ ସିବିଆଇ ତଦନ୍ତ, ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି ଦୋହରାଇଲେ ବିଜେପି ରାଜ୍ୟ ପ୍ରଭାରୀ ପୁରନ୍ଦେଶ୍ବରୀ

ନୟାଗଡ଼: ନୟାଗଡ଼ ଯଦୁପୁର ଗ୍ରାମର ନାବାଳିକା ଅମ୍ରିତାସ୍ନେହା ସାହୁ ଓରଫ୍‌ ପରୀ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ଉଠୁଛି ପଡ଼ୁଛି। ନୟାଗଡ଼କୁ ବିରୋଧୀ ଦଳ ନେତାଗଣଙ୍କ ସୁଅ ଛୁଟିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଗସ୍ତରେ ଆସିଥିବା ବିଜେପି ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ବରୀ ଆଜି ନୟାଗଡ ଗସ୍ତ କରି ପରୀ ବାପା ଅଶୋକ ସାହୁ, ମା’ ସୈ।ଦାମିନୀଙ୍କୁ ଭେଟିଛନ୍ତି। ପୁରନ୍ଦେଶ୍ବରୀଙ୍କ ସହ ରାଜ୍ୟ ସଭାପତି ସମୀର ମହାନ୍ତି, ବରିଷ୍ଠ ବିଜେପି ନେତା କନକ ବର୍ଦ୍ଧନ ସିଂହଦେଓ ଓ ଲେଖାଶ୍ରୀ ସାମନ୍ତରାୟ ପ୍ରମୁଖ ନୟାଗଡ଼ ଗସ୍ତ କରିଛନ୍ତି।

ପରୀ ପରିବାର ଠାରୁ ପୁରନ୍ଦେଶ୍ବରୀ ସମସ୍ତ ଘଟଣା ପଚାରି ବୁଝିବା ସହିତ ପରୀ ଶବ ଉଦ୍ଧାର ହୋଇଥିବା ସ୍ଥାନ ମଧ୍ୟ ପରିଦର୍ଶନ କରିଛନ୍ତି। କ୍ରାଇମବ୍ରାଞ୍ଚ ହେଉ କି ଏସଆଇଟି ତଦନ୍ତ ପରୀ ପରିବାରକୁ ନ୍ୟାୟ ପ୍ରଦାନ କରିବନି, ବରଂ ଶାସକ ଦଳକୁ ଏହା ସୁରକ୍ଷା ଦେବ ବୋଲି ବିଜେପି ଟିମ୍‌ କହିଛି। ପରୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ବିଜେପି ଦାବି କରିଛି। ବିଜେପିର ଏହି ଉଚ୍ଚସ୍ତରୀୟ ଟିମ୍‌ର ଗସ୍ତ ସମୟରେ ଜିଲ୍ଲା ବିଜେପି ସଭାପତି ଲାଲାମନୋଜ ରାୟ, ସନ୍ତୋଷ ପ୍ରଧାନ, ପୂର୍ବତନ ବିଧାୟକ ତଥା ବିଜେପି ନେତା ପୂର୍ଣ୍ଣଚଦ୍ର ନାୟକ, ସିଦ୍ଧାର୍ଥ ଶେଖର ସିଂହ, ଇରାନୀ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ ଗତ ଜୁଲାଇ ୧୪ ତାରିଖରେ ପରୀ ଗାଁ ଦାଣ୍ଡରେ ଖେଳୁଥିବା ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରିନଥିଲା। ଝିଅକୁ ନପାଇ ପରିବାର ପକ୍ଷରୁ ସଦର ଥାନାରେ ଏତଲା ଦିଆଯାଇଥିଲା। ଏଭଳି ସ୍ଥିତିରେ ସେହିମାସ ୨୩ରେ ପରୀ ଶବ ଉଦ୍ଧାର ହୋଇଥିଲା। ଦୀର୍ଘ ୪ ମ‌ାସ ଧରି ପୁଲିସ ଅନୁସନ୍ଧାନ କରୁଥିବା କହୁଥିଲେ ମଧ୍ୟ ହତ୍ୟାକାରୀ ନିକଟରେ ପହଞ୍ଚିବାକୁ ଫେଲ୍‌ ମାରିଥିଲା। ଅଭିଯୁକ୍ତ ବିଜେଡି ଦଳର ହୋଇଥିବାରୁ ଓ ସେମାନଙ୍କୁ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ସୁରକ୍ଷା ଦେଉଥିବା ଅଭିଯୋଗ ଆସିଥିଲା। ଏଭଳି ସ୍ଥିତିରେ ପରୀ ବାପା, ମା’ ଗତ ୨୪ ତାରିଖରେ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ପରେ ସରକାର ପ୍ରଥମେ କ୍ରାଇମବ୍ରାଞ୍ଚ, ପରେ ଏସଆଇଟି ଗଠନ କରି ତଦନ୍ତ କରିବାକୁ ଏକପ୍ରକାର ବାଧ୍ୟ ହୋଇଛନ୍ତି। ଏହି ପ୍ରସଙ୍ଗ ରାଜ୍ୟବାସୀଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ଏହି ବିରୋଧୀ ଦଳ ଗୁରତର ସହକାରେ ଗ୍ରହଣ କରିଛି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ