ଅପରାଧ ରାଜ୍ୟ

ପଳାଶୁଣୀ ମାନସ ହତ୍ୟାକାଣ୍ଡ ମାମଲା, ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ୧୭।୦୭ : ପଳାଶୁଣୀ ମାନସ ହତ୍ୟାକାଣ୍ଡ ମାମଲା । ଏହି ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାରେ ତିନି ଜଣଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ । ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ । ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହଙ୍କ ସୂଚନା ।

ଖବର ଅନୁଯାୟୀ, ଗତ ମାର୍ଚ୍ଚ ମାସରେ ବିଏମ୍‌ସିର ଏକ ଅଳିଆ ପ୍ଲାଣ୍ଟରେ ମାନସଙ୍କୁ ହତ୍ୟା କରି ତା ଉପରେ ଭଙ୍ଗା ଇଟା ଘୋଡାଇ ଫେରାର ହୋଇଯଇଥିଲେ ଦୁର୍ବୃତ୍ତ । ପୋଲିସ ଘଟଣାସ୍ଥଳରୁ ମୃତଦେହକୁ ଜବତ କରି ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ଏପିରିକି ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ଟିମ୍‌ ଗଠନ କରାଯାଇଥିଲା । ଆଉ ଏବେ ହତ୍ୟାକାଣ୍ଡରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ । ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ନା ଏହି ତିନି ଜଣ ହିଁ ଏହି ହତ୍ୟାକାଣ୍ଡରେ ସଂପୃକ୍ତି ଅଛନ୍ତି । ସେନେଇ ଖୋଲତାଡ଼ କରୁଛି କମିଶନରେଟ୍‌ ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।