ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ପଶ୍ଚିମ ଓଡିଶାରେ ବଢୁଛି କରୋନା ସଂକ୍ରମଣ, ଖାଲି ହେଉଛି ହଷ୍ଟେଲ

ସୁନ୍ଦରଗଡ ୯।୪: ପଶ୍ଚିମ ଓଡିଶାରେ କରୋନା ସ୍ଥିତି ସଙ୍ଗୀନ । ବଢିବାରେ ଲାଗିଛି ପଜିଟିଭଙ୍କ ସଂଖ୍ୟା । ରାଜ୍ୟ ସରକାରଙ୍କ ଫୋକସରେ ପଶ୍ଚିମ ଓଡିଶା । ସୁନ୍ଦରଗଡରେ ପ୍ରତ୍ୟେକ ଦିନ ପଜିଟିଭ ଚିହ୍ନଟ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ନବମ ଓ ଏକାଦଶ ଶ୍ରେଣୀ ଛୁଟି କରିଛନ୍ତି ।

ସୁନ୍ଦରଗଡରେ ଥିବା ବିଭିନ୍ନ ଆବାସିକ ବିଦ୍ୟାଳୟ ସହ କଲେଜ ଛୁଟି କରି ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଖାଲି କରାଯାଉଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ସହ ବନ୍ଦ ରହିବ ହଷ୍ଟେଲ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ପାଳନ କରି ବେସରକାରୀ ଆବାସିକ ଶିକ୍ଷାନୁଷ୍ଠାନମାନ ହଷ୍ଟେଲ ଖାଲି କରାଇ ଛାତ୍ରଛାତ୍ରୀମାନଙ୍କୁ ଘରକୁ ପଠାଇ ଦେଉଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ୨୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ