ରାଜ୍ୟ

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। କିଶୋରନଗର ଥାନା ଧଉରାପାଲି ପଞ୍ଚାୟତ ବଏଜା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟଜଣେ ପୁରୁଷ ଅଛନ୍ତି।

ଅନୁଗୁଳ: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। କିଶୋରନଗର ଥାନା ଧଉରାପାଲି ପଞ୍ଚାୟତ ବଏଜା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟଜଣେ ପୁରୁଷ ଥିବା ଜଣାଯାଇଛି।
ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୧୦ଟା ବେଳେ ଧଉରାପାଲି ପଞ୍ଚାୟତ ବଏଜା ଗ୍ରାମର ଆର୍ତ୍ତ ମିର୍ଦ୍ଧା (୪୦) ଏବଂ ବାମୁର ପଂଚାୟତ ରେଙ୍ଗାଳବେଡ଼ା ଗ୍ରାମର ରୀନା ମାହାର (୩୦) ପାଇଖାନା ଟାଙ୍କି ଭିତରେ ପଶି କାମ କରୁଥିଲେ l କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଉଭୟଙ୍କର ମୃତ ହୋଇଥିଲାl ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଉଭୟଙ୍କୁ ଉଦ୍ଧାର କରି କିଶୋରନଗର ମେଡିକାଲକୁ ଆଣିଥିଲେ l ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେl

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।